ଶିକ୍ଷା ମାରଣ ନୀତିକୁ ଦଳିତ ଆଦିବାସୀ ମହାସଂଘର ବିରୋଧ

ବାରିପଦା ଅଫିସ,୨୩ା୧୧- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ମାରଣନୀତିକୁ ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ବିରୋଧ କରାଯାଇଛି। ମହାସଂଘର ସଭାପତି ରାକେଶ କୁମାର ସିଂଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତା ଏକ ରାଲିିରେ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ସହିତ କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପଖରିଆଲଙ୍କ କୁଶପୁତ୍ତଳିକା ମଧ୍ୟ ଦାହ କରିଥିଲେ। ସଂଘ ପକ୍ଷରୁ ଜିଲା ପ୍ରଶାସନ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ଏକ ଦାବିପତ୍ର ପଠାଯାଇଛି। ଦିଲ୍ଲୀସ୍ଥିତ ଜବାହାରଲାଲ ନେହେରୁ ବିଶ୍ୱ ବିଦ୍ୟାଳୟରେ ଅହେତୁକ ଫି’ ବୃଦ୍ଧିକୁ ଅବିଳମ୍ବେ ପ୍ରତ୍ୟାହାର କରାଯିବା ଏହି ଦାବିପତ୍ରରେ ଉଲ୍ଲେଖ ରହିଛି। ଫି’ ବୃଦ୍ଧି ଯୋଗୁଁ ବହୁ ଗରିବ, ଦଳିତ ଓ ଆଦିବାସୀ ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଫଳରେ ସେମାନେ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେବା ନେଇ ମଧ୍ୟ ଆଶଙ୍କା ରହିଛି। ଏହା ସହିତ ବାରିପଦାସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଥିବା ସମସ୍ତ ସେଲ୍ଫ ଫାଇନାନ୍ସ କୋର୍ସ ଗୁଡିକୁ ନିୟମିତ କରିବା ପାଇଁ ମଧ୍ୟ ଦାବି କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପସଭାପତି କାରୁ ସୋରେନ, ସମ୍ପାଦକ ଅନନ୍ତ ମୁର୍ମୁ, ବାରିପଦା ବ୍ଲକ ସଭାପତି ଧର୍ମପଦ ସିଂ, ଜିଲା ଯୁବ କ୍ଷେତ ମଜଦୁର କଂଗ୍ରେସ ସଭାପତି ଅଂଶୁମାନ ସିଂ, ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଭାପତି ଧରମରାଜ ହାଁସଦା, ଜିଲା ଛାତ୍ର କଂଗ୍ରେସ ସଂଯୋଜକ ଆଶିଷ କୁମାର ବାରିକ, ଜିଲା କଂଗ୍ରେସ ମିଡିଆ ସେଲ ସଂଯୋଜକ ଯଶୋବନ୍ତ କଲିଆପ୍ରମୁଖଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri