ଶିକ୍ଷା ସବୁ ସମସ୍ୟାର ସମାଧାନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ମିଶନ୍‌ ମୁଖ୍ୟ ଡ. ଆନେଡ୍ରେସ୍‌ ବମ୍‌। ସୋମବାର କିସ୍‌ ଓ କିଟ୍‌ ପରିଦର୍ଶନ କରିବାକୁ ଆସିଥିବା ଅବସରରେ କିସ୍‌ର ୨୭ହଜାର ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ସେ କହିଥିଲେ, ଅନ୍ୟକୁ ଅନୁକରଣ କରିବା ଉଚିତ୍‌ ନୁହେଁ। ନିଜର ସୃଜନଶୀଳତା ଉପରେ ଅଧିକ ଗୁରୁତ୍ୱ ଦେବା ସହ ଛାତ୍ରୀଛାତ୍ରମାନେ ଭଦ୍ର ଓ ଶୃଙ୍ଖଳିତ ହେବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ସେ କିଟ୍‌ର ବିଭିନ୍ନ କ୍ୟାମ୍ପସ୍‌ ଓ କିସ୍‌ର ବିଭିନ୍ନ ୟୁନିଟ୍‌ ବୁଲି ଦେଖିଥିଲେ। ଅନ୍ୟତମ ଅତିଥି ଭାବେ ସୁଇଜରଲାଣ୍ଡ ସାଂସଦ ନିକୋଲାସ୍‌ ସାମୁଏଲ ଗଗର୍‌ କିସ୍‌ ପରିଦର୍ଶନ କରିଥିଲେ। କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣରେ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ସାଂସଦ କିଟ୍‌ ଓ କିସ୍‌ର ପରିଦର୍ଶନ କରିଥିବାରୁ ଛାତ୍ରୀଛାତ୍ରମାନେ ବେଶ୍‌ ଉତ୍ସାହିତ ହୋଇଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ କିସ୍‌ର ସମ୍ପାଦକ ଆର୍‌.ଏନ୍‌. ଦାଶ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଡ. ପ୍ରଶାନ୍ତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କୁ ଏହି ଆଶ୍ୱାସନା ଦେଲେ ମୋଦି ସରକାର, ଅନଶନ ଭାଙ୍ଗି ୨୬ ଦିନ ପରେ ଖାଦ୍ୟ ଖାଇ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୭: ପ୍ରସିଦ୍ଧ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ୨୬ ଦିନ ପରେ ନିଜର ଅନଶନ ପ୍ରତ୍ୟାହାର କରିଛନ୍ତି। ସେ କହିଛନ୍ତି ଯେ ଭୋକ ହରତାଳ…

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri