ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି: ସ୍କୁଲରେ ତାଲା ପକାଇ ପ୍ରତିବାଦ

ଭୁବନ, ୨୭।୭(ଡି.ଏନ.ଏ.)- ଭୁବନ ବ୍ଲକ ବାଲିଝାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ପୁଷ୍ପଲତା ହୋତାଙ୍କୁ ବଦଳି ଦାବିରେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଶିକ୍ଷା ବିଭାଗର ପଦସ୍ଥ ଅଧିକାରୀ ପହଞ୍ଚତ୍ ବୁଝାଶୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଅଞ୍ଚଳବାସୀଙ୍କ ପ୍ରାଥମିକ ଶିକ୍ଷାର ଅନ୍ୟତମ ଅନ୍ତୁଡ଼ିଶାଳ ବାଲିଝାଟି ୟୁପି ସ୍କୁଲ। ବହୁ ପୁରାତନ ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠପଢ଼ା ସୁବିଧା ଅଛି। ମୋଟ ୫୫ ଜଣ ପିଲାଙ୍କ ପାଇଁ ୫ଜଣ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି। ତେବେ କୌଣସି ଶିକ୍ଷକ ନ ଥିବାରୁ ସ୍କୁଲ ପରିଚାଳନାରେ ବ୍ୟାପକ ସମସ୍ୟା ଉପୁଜୁଛି। ସେହିପରି ବିଇଡି ଯୋଗ୍ୟତାଧାରୀ ଶିକ୍ଷକ ନ ଥିବାରୁ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ଏ ନେଇ ପରିଚାଳନା କମିଟି ସଭାପତି ମନୋରଞ୍ଜନ ଦେହୁରୀ, ଉପସଭାନେତ୍ରୀ ପ୍ରମୋଦିନୀ ରାଉତ ଏବଂ ସଭ୍ୟ ଈଶ୍ୱର ଚନ୍ଦ୍ର ଜେନା ଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ତଥାପି ସମସ୍ୟାର ସମାଧାନ କରାଗଲାନାହିଁ। ଏଥିରେ ନିରୁତ୍ସାହିତ ହୋଇ ଶୁକ୍ରବାର ସକାଳେ ପରିଚାଳନା କମିଟି ସଦସ୍ୟ ଏବଂ ଗ୍ରାମବାସୀ ସ୍କୁଲ ଫାଟକରେ ତାଲା ପକାଇଦେଇଥିଲେ। ପୂର୍ବାହ୍ନ ସାଢ଼େ ୯ଟାରେ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ବେହେରା ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ ଗ୍ରାମବାସୀ ଜିଦ୍‌ରେ ଅଡ଼ି ବସିଥିଲେ। ସୂଚନାପାଇ ଏବିଇଓ ଅରୁଣ କୁମାର ସେଠୀ, ସୁମତୀ ପ୍ରଧାନ ପହଞ୍ଚତ୍ ଆଲୋଚନା କରିଥିଲେ।
ସହକାରୀ ଶିକ୍ଷୟିତ୍ରୀ ପୁଷ୍ପଲତା ହୋତାଙ୍କୁ ଡେପୁଟେଶନରେ ନିଯୁକ୍ତି ଦିଆଯାଇଛି। ସେ ସ୍କୁଲର ନୀତିନିୟମ ମାନୁନାହାନ୍ତି। କୋମଳମତି ପିଲାଙ୍କୁ ଖରାପ ଭାଷା ପ୍ରୟୋଗ କରୁଛନ୍ତି। ପରିଚାଳନା କମିଟି କର୍ମକର୍ତ୍ତାଙ୍କୁ ହଇରାଣ ହରକତ କରିବାକୁ ଧମକ ଦେଉଛନ୍ତି। ସମ୍ପୃକ୍ତ ଶିକ୍ଷୟିତ୍ରୀ ଅନ୍ୟ ସ୍କୁଲରେ କାମ କରୁଥିବାବେଳେ ମଧ୍ୟ ସମାନ ଅଭିଯୋଗ ଆସିଥିଲା। ତେଣୁ ତାଙ୍କୁ ଅନ୍ୟତ୍ର ବଦଳି କରି ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦେବାକୁ ଅଭିଭାବକମାନେ ଏବିଇଓଙ୍କ ନିକଟରେ ଦାବି କରିଥିଲେ।
ଅଗଷ୍ଟ ୧୫ ସୁଦ୍ଧା ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ତାଙ୍କ ସ୍ଥାନରେ ଜଣେ ପୁରୁଷ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଏବିଇଓ ପ୍ରତିଶ୍ରୁତି ଦେବା ପରେ ସ୍କୁଲ ତାଲା ଖୋଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?