ଶିକ୍ଷୟିତ୍ରୀଙ୍କ ଗହଣା ଲୁଟିନେବା ପରେ ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୬ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ବୋମା ମାଡ଼, ହତ୍ୟା ଉଦ୍ୟମ, ଲୁଟ, ଛିନ୍‌ତାଇ ଭଳି ଘଟଣା ସମ୍ପୃକ୍ତ ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ସ୍ବାଧୀନତା ଦିବସ ପାଳନ ପାଇଁ ବିଦ୍ୟାଳୟକୁ ଯାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌ ପରେ ବଳାତ୍କାର ଉଦ୍ୟମ ହୋଇଛି। ଦୁର୍ବୃତ୍ତଜଣକ ଶିକ୍ଷୟିତ୍ରୀଙ୍କଠାରୁ ଗହଣା ଲୁଟିନେବାପରେ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ଏତଲା ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ଜଣେ ଶିକ୍ଷୟିତ୍ରୀ ଗୁରୁବାର ସକାଳେ ସ୍ବାଧୀନତା ଦିବସ ପାଳନ ପାଇଁ ଦିଗପହଣ୍ଡି ଥାନା ଅଞ୍ଚଳରେ ଶିକ୍ଷାଦାନ କରୁଥିବା ବିଦ୍ୟାଳୟକୁ ସ୍କୁଟି ଯୋଗେ ଯାଉଥିଲେ। ସକାଳ ପ୍ରାୟ ୮ଟାରେ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଜଣେ ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଅଟକାଇ ଆକ୍ରମଣ କରିବା ସହ ୩ ଭରି ଓଜନର ସୁନାହାର ଓ କାନଫୁଲ ଲୁଟି ନେଇଥିଲେ। ସେ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତ ଜଣକ ତାଙ୍କୁ ବୁଦା ମୂଳକୁ ଟାଣିନେଇ ବଳାତ୍କାର ଉଦ୍ୟମ କରିଥିଲେ। ଏପରିକି ତଣ୍ଟି ଚିପି ହତ୍ୟା ଉଦ୍ୟମ ମଧ୍ୟ କରିଥିବା ଏତଲାରେ ଉଲ୍ଲେଖ ରହିଛି। ମାତ୍ର ଶିକ୍ଷୟିତ୍ରୀ ଜଣଙ୍କ କୌଶଳକ୍ରମେ ଦୁର୍ବୃତ୍ତଙ୍କ କବଳରୁ ଖସିଆସି ନିକଟରେ ଥିବା ଗଁା ଆଡକୁ ଦୌଡିଥିଲେ। ଫଳରେ ଦୁର୍ବୃତ୍ତ ଜଣକ ଘଟଣାସ୍ଥଳରୁ ବାଇକ ଯୋଗେ ଚମ୍ପଟ ମାରିଥିଲେ। ଘଟଣା ସମ୍ପର୍କରେ ଶିକ୍ଷୟିତ୍ରୀ ଜଣଙ୍କ ଘରକୁ ଫୋନ କରି ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ତାଙ୍କୁ ନିକଟସ୍ଥ ଡ଼ାକ୍ତରଖାନାକୁ ନେଇଥିଲେ। ଚିକିତ୍ସା ପରେ ଶିକ୍ଷୟିତ୍ରୀ ଜଣକ ତାଙ୍କ ସ୍ବାମୀଙ୍କ ସହ ଯାଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଆଇଆଇସି ଗୌରାଙ୍ଗ ଚରଣ ସାହୁ ନଂ.୧୪୯/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି। ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଆଇଆଇସି ସାହୁ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ ତଦନ୍ତ କରିବା ସହ ଶିକ୍ଷୟିତ୍ରୀଙ୍କ ବୟାନ ରେକର୍ଡ କରିଛନ୍ତି। ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ପତ୍ତା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri