ଶିବନାରାୟଣପୁରରୁ ବଞ୍ଚୋ ପର୍ଯ୍ୟନ୍ତ ବିଜେଡିର ଜନସମ୍ପର୍କ ଅଭିଯାନ

ହାଟଡିହୀ,୨୦।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୬ନଂ. ଜୋନ୍‌ ଶିବନାରାୟଣପୁର ଠାରୁ ବଞ୍ଚୋ ଯାଏ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଞ୍ଚୋ ସରପଞ୍ଚଙ୍କ ତତ୍ତ୍ୱାବଧାନରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ଏମ୍‌ପି ପ୍ରାର୍ଥିନୀ ଚନ୍ଦ୍ରାଣୀ ମୁର୍ମୁ ଯୋଗଦେଇଥିଲେ। ଏହି ଅବସରରେ ହଜାର ହଜାର ସମର୍ଥକଙ୍କ ସହ ଶିବନାରାୟଣପୁର ଠାରୁ ପଦଯାତ୍ରା ବାହାରି ବିଭିନ୍ନ ଗ୍ରାମ ପରିକ୍ରମା କରି ବଞ୍ଚୋରେ ପହଞ୍ଚିଥିଲା। ଏଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦଳର ସୁପ୍ରିମୋ ତଥା ନବୀନ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଆଗାମୀ ଦିନରେ ଭାଜପା ଓ କଂଗ୍ରେସର ମୂଳପୋଛ ପାଇଁ ଦଳୀୟ କର୍ମକର୍ତ୍ତାମାନେ ଆହ୍ବାନ ଦେଇଥିଲେ। ସରପଞ୍ଚ ଚମ୍ପାବତୀ ପୁହାଣ, ଏମ୍‌ପି ପ୍ରତିନିଧି ଶାନ୍ତନୁ ସେଠୀ, ବୁଦ୍ଧଦେବ ଜେନା, ଶଶାଙ୍କ ଶେଖର ପୁହାଣ, ସାବିତ୍ରୀ ସେଠୀ, ରବୀନ୍ଦ୍ର ନାୟକ, ବୈଦ୍ୟନାଥ ସାମଲ, ପୂର୍ବତନ ଏମ୍‌ପି ପ୍ରତିନିଧି ରତିକାନ୍ତି ରାଉତ, ସୁଧାକର ଓଝା, କଳ୍ପତରୁ ସେଠୀ, ଅମରେନ୍ଦ୍ର ଧଳ, ଧବଳ ପଟ୍ଟନାୟକ, ବିଶ୍ୱନାଥ ନାୟକ, ଗୋପାଳ ନାୟକ, ସରୋଜ ନାୟକ, ଶିଶିର ବେହେରା, ଅନନ୍ତ ପହି, ଗୌରାଙ୍ଗ ରଣା, ପ୍ୟାରୀମୋହନ ମଲିକ, ଜିଲା ସଭାପତି ବିମ୍ବାଧର ବିଶାଳ, ଜିଲା ପରିଷଦ ସଭ୍ୟ ସୁରେନ୍ଦ୍ର ଜେନା, ଚିନୁ ନାୟକ, ବିଜୟ ମଲିକ, ତ୍ରିଲୋଚନ ସା, ଯୁବନେତା ଜଗନ୍ନାଥ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri