Posted inଖେଳ

ଶିବ ପ୍ରସାଦ, ଅଶୋକଙ୍କୁ କମଲ ଗାଙ୍ଗୁଲି କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୯।୩(କ୍ରୀଡ଼ା ପ୍ରତିନିଧି)- ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କ ପରି ଅର୍ଜୁନ ପୁରସ୍କାରପ୍ରାପ୍ତ ଖେଳାଳିଙ୍କ ମାର୍ଗ ଦର୍ଶକ ସାଜିଥିବା ଶିବ ପ୍ରସାଦ ଦାସ ଏବଂ ଓଡ଼ିଶା କ୍ରୀଡ଼ାର ଅନ୍ୟତମ ପ୍ରମୁଖ ବ୍ୟକ୍ତିତ୍ୱ ତଥା ପୂର୍ବତନ କ୍ରୀଡ଼ା ପ୍ରଶାସକ ଅଶୋକ ମହାନ୍ତି କମଲ ଗାଙ୍ଗୁଲି ସ୍ମାରକୀ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ସହିତ ସ୍ପୋର୍ଟିଂ ଆନୁକୂଲ୍ୟରେ ରବିବାର ଅପରାହ୍ନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହି ଦୁଇଜଣଙ୍କୁ ପୁରସ୍କୃତ କରାଯାଇଛି। ଓଡ଼ିଶାରେ ଏକାଧିକ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କୁ ପ୍ରଶିକ୍ଷଣ ଦେଇ ଜାତୀୟ ସ୍ତରରେ ରାଜ୍ୟକୁ ଗର୍ବିତ କରିଥିବା ଶିବପ୍ରସାଦ ୭ମ କମଲ ଗାଙ୍ଗୁଲି ଶ୍ରେଷ୍ଠ କୋଚ୍‌ ପୁରସ୍କାର ହାସଲ କରିଛନ୍ତି। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ସହିତ ୨୦,୦୦୦ଟଙ୍କା ପ୍ରଦାନ କରାଯାଇଛି। ସେହିପରି ପୂର୍ବତନ ହକି ଖେଳାଳି ତଥା ଓଡ଼ିଶା କ୍ରୀଡ଼ା ପ୍ରଶାସନିକ ଜଗତର ଚର୍ଚ୍ଚିତ ବ୍ୟକ୍ତି ଅଶୋକ ମହାନ୍ତି ୫ମ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ପାଇଛନ୍ତି। ତାଙ୍କୁ ମାନପତ୍ର ସହ ଏକ ଟିଭି ଉପହାର ଦିଆଯାଇଛି।
ସହିଦ ସ୍ପୋର୍ଟିଂ କ୍ଲବ ସମ୍ପାଦକ ପଙ୍କଜ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଜାତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ବିଧାୟକ ଅନନ୍ତ ନାରାୟଣ ଜେନା, ମାରୁତି ଇଷ୍ଟେଟ ଇଣ୍ଡିଆ ଏମଡି ଜିତେନ୍ଦ୍ର ପ୍ରସାଦ ସିଂ ଓ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ଏମ୍‌ଡି ରାଜେଶ ଗୁପ୍ତା ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା) ସମ୍ପାଦକ ସମ୍ବିତ ମହାପାତ୍ର ସଂଯୋଜନା ଦାୟିତ୍ୱ ନିର୍ବାହ କରିଥିଲେ। ଏହି ଅବସରରେ ବିଶେଷ ସଫଳତା ପାଇଁ କ୍ଲବ ପକ୍ଷରୁ ଓଡ଼ିଶା ରଣଜୀ ଦଳର କୋଚ୍‌ ରଶ୍ମିରଞ୍ଜନ ପରିଡ଼ା, ଟ୍ରେନର ମନୋଜ ବିଶ୍ୱାଳ, ଜୁନିୟର ଓଡ଼ିଶା ଚୟନକର୍ତ୍ତା ସୌରଭ ସେହଗଲଙ୍କୁ ସମ୍ମାନିତ କରାଯାଇଥିଲା। କ୍ରୀଡ଼ା ପ୍ରୋତ୍ସାହନ ପାଇଁ ଜିତେନ୍ଦ୍ର ପ୍ରସାଦ ପାଇଥିଲେ ‘ସହିଦ ସ୍ପୋର୍ଟିଂ ଗୌରବ’ ସମ୍ମାନ। ଏହା ବ୍ୟତୀତ ଓଡ଼ିଶା ୨୩ ବର୍ଷରୁ କମ୍‌ ଦଳର ସଦସ୍ୟ ଶୁଭମ୍‌ ଶତ୍ରୁଜିତ, ଜ୍ୟୋତି ରଞ୍ଜନ ବେହେରା, ବିଶ୍ୱବିଦ୍ୟାଳୟ ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପ୍ରିୟମ ପ୍ରିୟଜିତ, ଓଡ଼ିଶା ୧୯ ବର୍ଷରୁ କମ୍‌ ଦଳର ସଦସ୍ୟ ମାନସ ରଞ୍ଜନ ନାୟକ, ସନ୍ଦୀପ ଚୌହାନ, ଆର୍ଯ୍ୟ ଜେନା, ବିଶ୍ୱ ମୁଦୁଲି, ଅନ୍ବେଷ ତ୍ରିପାଠୀ ଓ ରିତେଶ ସିଂଙ୍କୁ ସମ୍ମାନିତ କରାଯାଇଥିଲା। ସମାରୋହରେ ବିଶିଷ୍ଟ ଫିଜିଓ ମୁକ୍ତି ପ୍ରସାଦ ଦାଶ, ପ୍ରଦୋଷ ପଟ୍ଟନାୟକ, ନିକୁଞ୍ଜ ମହାନ୍ତି, ବବିନ ମହାନ୍ତି, ସି.ପି. ଶର୍ମା, ସରୋଜ ବାରିକ, ଉମାନାଥ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri