ଶିମିଳିପାଳରେ ତୁଷାରପାତ

ବାରିପଦା ଅଫିସ, ୮।୧: ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବାବେଳେ ମୟୂରଭଞ୍ଜ ଜିଲାରେ ଏହାର ପ୍ରକୋପ ଅଧିକ ଅନୁଭୂତ ହେଉଛି। ଜୈବମଣ୍ଡଳ ଶିମିଳିପାଳରେ ପାରଦ ଖସୁଛି। ଜିଲାରେ ସର୍ବନିମ୍ନ ୮ଡିଗ୍ରୀ ତାପମାତ୍ରା ଥିବାବେଳେ ଶିମିଳିପାଳରେ ୫ ଡିଗ୍ରୀ ସେଲସିୟସ ରହିଛି। ଅଭୟାରଣ୍ୟର ଉପର ବାରହାକାମୁଡା, ଦେବସ୍ଥଳୀ, ଜେନାବିଲ, ତାରାଣୀବିଲା ଓ କୁମ୍ଭାରୀଠାରେ ସ୍ଥାନେ ସ୍ଥାନେ ତୁଷାରପାତ ଜାରି ରହିଛି, ଯାହାକି ଚଳିତବର୍ଷର ଅଦ୍ୟାବଧି ସର୍ବନିମ୍ନ ତାପମାତ୍ରା। ତାପମାତ୍ରା ହ୍ରାସ ପାଇ ତୁହିନର ଆସ୍ତରଣ ପଡ଼ିଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ପକ୍ଷରୁ ସୂଚନା ଦିଆଯାଇଛି।
ଶିମିଳିପାଳ ଅଭୟାରଣ୍ୟର ପର୍ବତମାଳା ଘେରା ଜିଲାରେ ଥିବା ୨୬ ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ୪ ଦିନ ଧରି ଜିଲାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଗତ ୨୪ଘଣ୍ଟା ମଧ୍ୟରେ ସର୍ବନିମ୍ନ ୮.୨ଡିଗ୍ରୀ ତଳକୁ ଖସି ୮.୫ ଡିଗ୍ରୀ ସେଲିସିୟସ ଥିବା ରେକର୍ଡ ହୋଇଛି। ବିଗତ ବର୍ଷଗୁଡ଼ିକରେ ଏହି ଅଭୟାରଣ୍ୟରେ ଶୂନ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଚଳିତବର୍ଷ ତାପମାତ୍ରା ଆହୁରି ଖସିବ ବୋଲି ଆକଳନ କରାଯାଇଛି। ଶିମିଳିପାଳ ଭିତରେ ରହୁଥିବା ପର୍ଯ୍ୟଟକଙ୍କ ଗାଡ଼ି, ନେଚର କ୍ୟାମ୍ପ ଓ ଘାସ ଗାଲିଚା ଉପରେ ତୁଷାରପାତ ଦେଖି ପର୍ଯ୍ୟଟକମାନେ ଖୁସି ହେବା ସହ ମଜା ଉଠାଇଛନ୍ତି। ରାତି ହେଲେ ଗଁା ଗଣ୍ଡା ଲୋକେ ଚୁଲି ମୂଳେ କିମ୍ବା ଖୋଲା ସ୍ଥାନରେ ନିଆଁ ଜାଳି ବସିରହୁଛନ୍ତି। ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଶୀତ ବଢ଼ିବାରେ ଲାଗିଛି। ସପ୍ତାହେ ପର୍ଯ୍ୟନ୍ତ ଏହି ଶୀତ ଜାରି ରହିବ ବୋଲି ଜରୁରୀକାଳୀନ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri