ଶିଳାନ୍ୟାସରେ ଅଟକିଛି ଯାତ୍ରୀ ବିଶ୍ରାମାଗାର :ସମ୍ପୂର୍ଣ୍ଣ ହୋଇପାରୁନି ମୁଖ୍ୟ ଡ୍ରେନର ପୁନରୁଦ୍ଧାର

ଗଞ୍ଜାମ,୨୪୮(ଡି.ଏନ.ଏ.)-୧୨ ୱାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଭଳି ମୌଳିକ ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଜନସାଧାରଣ। ଏଠାରେ ରାସ୍ତାଘାଟର ଅବସ୍ଥା ଶୋଚନୀୟ । କଲ୍ୟାଣ ମଣ୍ଡପ ନାହିଁ, ବହୁ ପ୍ରକଳ୍ପ କାର୍ଯ୍ୟ ଦୀର୍ଘଦିନ ହେଲା ଅଧାପନ୍ତରିଆ ଭାବେ ପଡ଼ି ରହିଛି । ସହରରେ ଯାତ୍ରୀ ବିଶ୍ରାମାଗାର ଓ ଶୌଚାଳୟ ନିର୍ମାଣ କାଗଜ କଲମରେ ସୀମିତ ରହିଛି । ଏହା ନିର୍ମାଣ ନିମନ୍ତେ ୨୦୧୫ ଅଗଷ୍ଟ ୩୧ ସ୍ବାୟତ୍ତ ଶାସନ ଦିବସରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଆଉ ଏକ ସପ୍ତାହ ପରେ ଭିତ୍ତିପ୍ରସ୍ତରକୁ ୪ ବର୍ଷ ବିତିବ। କିନ୍ତୁ ଏଯାବତ୍‌ ଭିତ୍ତିପ୍ରସ୍ତର ସ୍ଥାନରେ ଗୋଡିଟିଏ ମଧ୍ୟ ପଡ଼ିନି । ଏହାର ନିର୍ମାଣ ପାଇଁ ପଛୁଆ ଅଞ୍ଚଳ ବିକାଶ ପାଣ୍ଠିରୁ ବ୍ୟୟବରାଦ ହୋଇ ଟେଣ୍ଡର ସରିଛି ।
ସେହିପରି କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ହୋଇଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ ଆରମ୍ଭ ହୋଇନି। ସହରରେ ଭେଣ୍ଡିଂଜୋନ ପାଇଁ ଗଞ୍ଜାମ ବଡ଼ବଜାର ବ୍ୟବସାୟ ସଂଘ ପ୍ରଶାସନ ଠାରେ ବାରମ୍ବାର ଦାବି କରିବା ପରେ ବ୍ୟବସାୟ ସଂଘ ଓ ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନ ଚିହ୍ନଟ ହୋଇଥିଲେ ମଧ୍ୟ କେବେ ଭେଣ୍ଡିଂଜୋନ ନିର୍ମାଣ ହେବ ସନ୍ଦେହରେ ସହରବାସୀ। ଅନ୍ୟପଟେ ପ୍ରଶାସନର ରୋଡ ସମ୍ପ୍ରସାରଣର ଆଳ ଦେଖାଇ ଦୋକାନଗୁଡ଼ିକ ଉଚ୍ଛେଦ ପାଇଁ ସଂକେତ ଦେଇସାରିଥିବାରୁ ବ୍ୟବସାୟୀମାନଙ୍କ ଚିନ୍ତା ବଢ଼ିଯାଇଛି। ବ୍ୟବସାୟୀମାନଙ୍କୁ ପ୍ରଶାସନ ଥଇଥାନ ବ୍ୟବସ୍ଥା ନ କଲେ ସେମାନେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସଂଘ ପକ୍ଷରୁ ଶୁଣିବାକୁ ମିଳିଛି । ସହରର ଆଉ ଗୋଟିଏ ମୁଖ୍ୟ ସମସ୍ୟା ବର୍ଷା ହେଲେ ଜଳ ଠିକ୍‌ ଭାବେ ନିଷ୍କାସିତ ହୋଇପାରୁନି । ୨୦୦୯ରୁ ଆରମ୍ଭ ହୋଇଥିବା ମୁଖ୍ୟଡ୍ରେନର ପୁନରୁଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ନାଁ ଧରୁନି । ଜିଲା ପ୍ରଶାସନ ଏହି ସହର ପ୍ରତି ଦୃଷ୍ଟି ଦେଉନଥିବା ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri