ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ କ୍ୟାବିନେଟ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇଲେକ୍ଟ୍ରୋନିକ୍ସ ସିଷ୍ଟମ୍‌ ଡିଜାଇନ୍‌ ଓ ମାନୁଫାକ୍ଚରିଂ (ଇଏସ୍‌ଡିଏମ୍‌) ଶିଳ୍ପକୁ ତ୍ୱରାନ୍ବିତ କରିବା ଦିଗରେ ଏହା ସହାୟକ ହେବ। ରାଜ୍ୟରେ ଶିଳ୍ପ ଉପଯୋଗୀ ବାତାବରଣ ସୃଷ୍ଟି ସହ ଉତ୍ତମ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ଏହି ନୀତି ଜରିଆରେ ସହାୟତା ପ୍ରଦାନ କରାଯିବ। ଇଏସ୍‌ଡିଏମ୍‌ ୟୁନିଟ୍‌ଗୁଡ଼ିକୁ ପୁଞ୍ଜିନିବେଶ ଆଧାରରେ ୧୦ କୋଟିରୁ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା ପ୍ରଦାନ ଲାଗି ଏଥିରେ ବ୍ୟବସ୍ଥା କରାଯାଇଛି।
କ୍ୟାବିନେଟ ବୈଠକରେ ମୋଟ ୨୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଇଲେକ୍ଟ୍ରୋନିକ୍ସ ନୀତିରେ ଶିଳ୍ପ ଉଦ୍ୟୋଗୀମାନଙ୍କୁ ସହାୟତା ଦେବା ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ୧୦ଟି ନୂତନ ପୁଞ୍ଜିନିବେଶ ଏବଂ ସମ୍ପ୍ରସାରଣକୁ ଉତ୍ପାଦନଭିତ୍ତିିକ ସହାୟତା ବାବଦରେ ବାର୍ଷିକ କାରବାରର ଉତ୍ପାଦନ ଆରମ୍ଭରୁ ୫ ବର୍ଷ ପାଇଁ ୧ ପ୍ରତିଶତ ପ୍ରଡକ୍ସନ ଲିଙ୍କଡ୍‌ ଇନ୍‌ସେଣ୍ଟିଭ୍‌ (ପିଏଲ୍‌ଆଇ) ଯୋଗାଇ ଦିଆଯିବ। ଇଏସ୍‌ଡିଏମ୍‌ ୟୁନିଟ୍‌ଗୁଡ଼ିକୁ ସେମାନଙ୍କ ପୁଞ୍ଜିନିବେଶ ଆଧାରରେ ୧୦ କୋଟିରୁ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯିବ। ଉଦ୍ୟୋଗୀମାନଙ୍କୁ ବିଦ୍ୟୁତ୍‌ ଶୁଳ୍କ, ଇନ୍ସପେକ୍ସନ ଫି’ ୫ ବର୍ଷ ପର୍ଯ୍ୟନ୍ତ ଛାଡ଼ କରାଯିବ। ଯୋଗ୍ୟ ଉଦ୍ୟୋଗୀମାନଙ୍କୁ ବିଦ୍ୟୁତ୍‌ ବିଲ୍‌ ଉପରେ ୩୦% ସର୍ବାଧିକ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ମିଳିବ। ସେହିପରି ଜମି କ୍ରୟ ସମୟରେ ଶତ ପ୍ରତିଶତ ଷ୍ଟାମ୍ପଡ୍ୟୁଟି ଏବଂ ଦ୍ୱିତୀୟଥର ପାଇଁ ୫୦% ଛାଡ଼ କରାଯିବ। ଚାଷ ଜମିକୁ ଶିଳ୍ପ ଉପଯୋଗୀ ଜମିରେ ପରିବର୍ତ୍ତନ କରିବା ପାଇଁ ହେଉଥିବା ଖର୍ଚ୍ଚର ୧୦୦ ପ୍ରତିଶତ ଯୋଗାଇ ଦିଆଯିବ। ମହିଳା, ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମ ଉଦ୍ୟୋଗୀମାନଙ୍କୁ ୧୦ ପ୍ରତିଶତ ସର୍ବାଧିକ ୧ କୋଟି ପର୍ଯ୍ୟନ୍ତ ଅତିରିକ୍ତ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ଯେଉଁମାନେ ଲିଜ୍‌ରେ କରୁଥିବେ ସେମାନଙ୍କୁ ଅତିରିକ୍ତ ୨୫% ସର୍ବାଧିକ ୧୦ ଲକ୍ଷ ରିହାତି ୫ ବର୍ଷ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ।
ଏହି ନୀତିରେ ସ୍ଥାନୀୟ ଅଞ୍ଚଳର ଉଦ୍ୟୋଗୀମାନଙ୍କୁ ଅଗ୍ରାଧିକାର ଦେବାର ବ୍ୟବସ୍ଥା ରହିଛି। ଯେଉଁ ଉଦ୍ୟୋଗୀମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ନିଯୁକ୍ତି ଯୋଗାଇ ଦେବେ ସେମାନଙ୍କୁ ଅତିରିକ୍ତ ପ୍ରୋତ୍ସାହନ ଯୋଗାଇ ଦିଆଯିବ। ରାଜ୍ୟ ସରକାର ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ନିଯୁକ୍ତି ନିମନ୍ତେ ଓଡ଼ିଶାର ଲୋକମାନଙ୍କ ସକାଶେ ସର୍ବନିମ୍ନ ୮୦୦୦ ଟଙ୍କାରୁ ୩୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ୩ ବର୍ଷ ପାଇଁ ଯୋଗାଇଦେବାକୁ ବ୍ୟବସ୍ଥା କରିଛନ୍ତି। ମହିଳା, ଅନୁସୂଚିତ ଜାତି, ଜନଜାତି, ଭିନ୍ନକ୍ଷମ କର୍ମଚାରୀମାନଙ୍କ ପାଇଁ ଅତିରିକ୍ତ ୨୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଦିଆଯିବ। ଯେଉଁ ଇଲେକ୍ଟ୍ରୋନିକ୍ସ ଶିଳ୍ପୋଦ୍ୟୋଗୀମାନେ ଦୀର୍ଘମିଆଦୀ ସୂତ୍ରରେ ବ୍ୟାଙ୍କ କିମ୍ବା ଆର୍ଥିକ ସଂସ୍ଥାରୁ ଋଣକରି ଠିକ୍‌ ସମୟରେ ପରିଶୋଧ କରୁଥିବେ, ସେମାନଙ୍କ ଋଣ ଉପରେ ବାର୍ଷିକ ୫ ପ୍ରତିଶତ ସୁଧ ରିହାତି ୬ ବର୍ଷ ପର୍ଯ୍ୟନ୍ତ ପ୍ରଦାନ କରାଯିବ। ସଫଳ ଉଦ୍ୟୋଗୀମାନଙ୍କୁ ସେମାନଙ୍କର ବ୍ୟବସାୟିକ ଉତ୍ପାଦନ ଆରମ୍ଭରୁ ୫ ବର୍ଷ ପର୍ଯ୍ୟନ୍ତ ଶତ ପ୍ରତିଶତ ଏସ୍‌ଜିଏସ୍‌ଟି ଛାଡ଼ କରାଯିବ।
ଶିଳ୍ପ ଅନଗ୍ରସର ଅଞ୍ଚଳରେ ସ୍ଥାପନ ହୋଇଥିବା ପ୍ରଥମ ୫ଟି କମ୍ପାନୀକୁ ପ୍ରଥମ ୩ ବର୍ଷ ପାଇଁ ୧୦୦% ମ୍ୟୁନିସିପାଲିଟି ଟ୍ୟାକ୍ସ ଛାଡ଼ କରାଯିବ। ଏହି ନୀତି ଠିକ୍‌ ଢଙ୍ଗରେ କାର୍ଯ୍ୟକାରୀ ହେଉଛି କି ନାହିଁ ତାହା ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠନ ହେବାକୁ ଥିବା ଏକ ଉଚ୍ଚସମ୍ପନ୍ନ କମିଟି ତଦାରଖ କରାଯିବ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ତରଫରୁ ଓକାକ୍‌ ନୋଡାଲ ଏଜେନ୍ସି ଭାବେ ବିଭିନ୍ନ ପ୍ରକାର ଦୈନନ୍ଦିନ କାର୍ଯ୍ୟର ତଦାରଖ କରାଯିବ। ଏହି ନୂତନ ନୀତି ୨୦୨୬ ମାର୍ଚ୍ଚ ୩୧ ତାରିଖ କିମ୍ବା ସେହିଭଳି ଅନ୍ୟ ଯୋଜନା ଆସିବା ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri