ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ ମଥୁରାଠାରେ ସ୍ଥାପିତ ଚିନିକଳ ବନ୍ଦ ହେବା ପରେ ଏହି ଶିଳ୍ପ ଉପରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ନିର୍ଭର କରୁଥିବା ଲୋକମାନେ ଆର୍ଥିକ ଅନଟନ ମଧ୍ୟରେ ଗତି କରୁଛନ୍ତି। ଆଖୁ ଚାଷୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। କେସିଙ୍ଗା ସୂତାକଳ ମଧ୍ୟ ବନ୍ଦ ହୋଇଯାଇଛି। ଜିଲାରେ ଉନ୍ନତମାନର କପା ଚାଷ ହେଉଛି। କଳାହାଣ୍ଡିର କପା ରାଜ୍ୟ ବାହାରେ ‘ଧଳା ସୁନା’ ବୋଲି ପରିଚିତ। ହେଲେ ସୂତାକଳ ବନ୍ଦ ଯୋଗୁ କପାଚାଷୀ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। କେସିଙ୍ଗାଠାରେ ପ୍ରସ୍ତାବିତ କାଗଜକଳ ସ୍ବପ୍ନ ହୋଇ ରହିଯାଇଛି। ଏଥିପାଇଁ ଅଧିଗ୍ରହଣ କରାଯାଇଥିବା ଜମି ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏସବୁ ଶିଳ୍ପର ପୁନରୁଦ୍ଧାର ତ ଦୂରର କଥା କିଛିଦିନ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ପାର ବଏଲ ରାଇସ ମିଲର କାର୍ଯ୍ୟ ଏ ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନାହିଁ। ଜୁନାଗଡ଼ ବ୍ଲକ ଗୌଡ଼ସର୍ଗିଗୁଡ଼ା ନିକଟସ୍ଥ ପୁରୁଣା ଚିନିକଳଠାରେ ୨୦୧୬ ନଭେମ୍ବର ୧୬ରେ ମୁଖ୍ୟମନ୍ତ୍ରୀ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେଗୁଡ଼ିକ ହେଲା ପାର ବଏଲ ରାଇସ ମିଲ, ୨୦୩ ମେଗାୱାଟ୍‌ କ୍ଷମତା ସମ୍ପନ୍ନ ବାୟୋମାସ୍କ ପାୱାର ପ୍ରୋଜେକ୍ଟ ଓ ସମନ୍ବିତ ଗ୍ରେନ୍‌ ବେସ ଡିଷ୍ଟ୍ରିଲାରି ପ୍ରକଳ୍ପ। ନୂତନ ପ୍ରକଳ୍ପ ହେବ ଓ ଅଞ୍ଚଳର ଲୋକଙ୍କୁ କାମ ମିଳିବ ବୋଲି ଜିଲାବାସୀ ଆଶା କରିଥିଲେ। ଭିତ୍ତିପ୍ରସ୍ତର ସ୍ଥାପନ ହେବାର ଇତିମଧ୍ୟରେ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପ୍ରକଳ୍ପ କାମ ଆରମ୍ଭ ହୋଇପାରିନାହିଁ। ଉପରୋକ୍ତ ପ୍ରକଳ୍ପ ପାଇଁ ଜନଶୁଣାଣି ହୋଇଥିଲା। ଦୀର୍ଘଦିନରୁ ବନ୍ଦ ପଡ଼ିଥିବା ଏହି ଶିଳ୍ପର ପୁନଃ କାର୍ଯ୍ୟକ୍ଷମ ନେଇ ଜିଲାବାସୀଙ୍କ ମଧ୍ୟରେ କିଛିଟା ଆଶାସଞ୍ଚାର ହୋଇଥିଲା। ଏହି ୩ଟି ପ୍ରକଳ୍ପ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଥିଲା। ଏବେ ଜୁନାଗଡ଼ ବିଧାୟକ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ବିଭାଗ ମନ୍ତ୍ରୀ। ସେ କଳାହାଣ୍ଡି ଜିଲା ଶିଳ୍ପର ବିକାଶ ଉପରେ ଗୁରୁତ୍ୱ ଦେବାକୁ ବୁଦ୍ଧିଜୀବୀମାନେ ଅନୁରୋଧ କରିଛନ୍ତି।
– ସଞ୍ଜୀବ କୁମାର ଯୋଷୀ


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri