ଶିଳ୍ପ ସଂଘ ଫିକିର ଦାବି;ଆୟକର ସ୍ଲାବରେ ସଂଶୋଧନ ହେଉ

ନୂଆଦିଲ୍ଲୀ,୧୫-୧୨: ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଏହି ସମୟରେ ୩୧ ଜାନୁୟାରୀରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ବୋଲି ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଫେବୃୟାରୀ ପହିଲା ଶନିବାର ପଡୁଛି। ୨୦୧୫-୧୬ପରେ ଶନିବାରରେ ପ୍ରଥମ ଥର ଲାଗି ସାଧାରଣ ବଜେଟ ଉପସ୍ଥାପନ ହେବ। ଆଗାମି ବଜେଟରେ ଆୟକର ସ୍ଲାବରେ ସଂଶୋଧନ ନେଇ ଶିଳ୍ପ ସଂଘ ଫିକି ପକ୍ଷରୁ ସରକାରଙ୍କୁ ଦାବି କରାଯାଇଛି। ଆୟକର ହାରରେ ହ୍ରାସ ହେଉ ବୋଲି ଏହି ଶିଳ୍ପ ସଂଘ ଦାବିରେ କହିଛି। ବାର୍ଷିକ ୨୦ ଲକ୍ଷ ଟଙ୍କାରୁ ଅଧିକ ଆୟ କରୁଥିବା ଲୋକଙ୍କ କ୍ଷେତ୍ରରେ ୩୦% ଟିକସ ଲାଗୁ ହେଉ ବୋଲି ଏହା ମତ ରଖିଛି। ରପ୍ତାନି ଏବଂ ନିଯୁକ୍ତି ବୃଦ୍ଧି ଦିଗରେ ସରକାର ପଦକ୍ଷେପ ନେବା ସହ ବ୍ୟବସାୟ ଖର୍ଚ୍ଚ କମାଇବା, ସଂସ୍କାର ଧାରା ଜାରି ଏବଂ ବିକାଶ ହାରକୁ ବଢାଇବା ଜରୁରୀ ବୋଲି ଏହି ଶିଳ୍ପ ସଂଘ ମତ ରଖିଛି। ଫେବୃୟାରୀରେ ବଜେଟ ମୋଦି ସରକାରଙ୍କ ସମୟରେ ଆରମ୍ଭ ହୋଇଛି।୨୦୧୬ରେ ସାଧାରଣ ବଜେଟ ସହ ରେଳ ବଜେଟକୁ ମିଶ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri