ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ

ଲାଠୋର, ୨୮ା୪(ଡି.ଏନ.ଏ.)
ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ ନ୍ୟୁଜର ସ୍କ୍ରିନ ସଟ୍‌ ମାରି କେହି ଜଣେ ଏକ ଭିଡ଼ିଓ ଭାଇରାଲ କରିଥିଲେ ା ବଲାଙ୍ଗୀର ଜିଲା ଲାଠୋର ପଞ୍ଚାୟତର ଜଣେ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଏଥିରେ ପ୍ରଚାର କରାଯାଇଥିଲା ା ସୋସିଆଲ ମିଡ଼ିଆରେ ତାହା ପୋଷ୍ଟ କରିବା ପରେ ସେହି ଭିିଡ଼ିଓ ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ା ହେଲେ ସମ୍ପୃକ୍ତ ଚ୍ୟାନେଲର ସ୍ଥାନୀୟ ଖବରଦାତାଙ୍କୁ ଯୋଗାଯୋଗ କରିବାରୁ ସେ ଏ ଘଟଣା ସଂକ୍ରାନ୍ତରେ ଜାଣି ନ ଥିବା କହିଥିଲେ ା ପରେ ଏହା ଗୁଜବ ବୋଲି ଜଣାପଡିଥିଲା ା ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ କହିଛନ୍ତି, ଗୁଜବ ପ୍ରଚାର ସମ୍ପର୍କରେ ଆମେ ପୋଲିସକୁ ଅବଗତ କରିଛୁ ା ଲୋକ ଭୟଭୀତ ହେବାର ଆବଶ୍ୟକତା ନାହିଁ। ତେବେ କିଏ ଏପରି ଗୁଜବ ପ୍ରଚାର କଲା ତାହା ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?