Posted inଜାତୀୟ

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ:ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୬।୭(ପି.ଟି.):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ଅଧୀନରେ ସମସ୍ତ ଜିଲାରେ ୬୦ ଦିନ ମଧ୍ୟରେ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା ପାଇଁ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ୧୦୦ରୁ ଊର୍ଦ୍ଧ୍ୱ ପୋକ୍ସୋ ମାମଲା ବିଚାରାଧୀନ ଥିବା ଜିଲାଗୁଡ଼ିକରେ ପୀଡ଼ିତ ଶିଶୁଙ୍କୁ ନ୍ୟାୟ ପ୍ରଦାନ ପାଇଁ ୨ ମାସ ମଧ୍ୟରେ କେନ୍ଦ୍ର ସରକାର ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବେ। ଏହାସହ ଏପରି ମାମଲାଗୁଡ଼ିକର ପରିଚାଳନା ପାଇଁ ସରକାର ତାଲିମପ୍ରାପ୍ତ ତଥା ସମ୍ବେଦନଶୀଳ ଅଧିବ୍ୟକ୍ତା ଓ ସହାୟକଙ୍କୁ ନିଯୁକ୍ତ କରିବେ। କୋର୍ଟ ସ୍ଥାପନ ପାଇଁ ଆବଶ୍ୟକ ପାଣ୍ଠି କେନ୍ଦ୍ର ସରକାର ବହନ କରିବେ। ପୋକ୍ସୋ କୋର୍ଟ ପ୍ରତିଷ୍ଠା ଓ ସେଠାରେ ପ୍ରୋସିକ୍ୟୁଟର ନିଯୁକ୍ତି ସମ୍ପର୍କିତ ଯୋଜନା ନେଇ ସରକାର ୩୦ ଦିନ ମଧ୍ୟରେ ପ୍ରୋଗ୍ରେସ ରିପୋର୍ଟ ଦାଖଲ କରି ସୁପ୍ରିମକୋର୍ଟଙ୍କୁ ଅବଗତ କରିିବେ। ସେହିପରି ଏପରି ମାମଲାର ଫରେନ୍ସିକ୍‌ ରିପୋର୍ଟ ଉଚିତ ସମୟରେ ଦାଖଲ ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟ ଶାସନ ସଚିବମାନେ ନିଶ୍ଚିତ କରିବେ ବୋଲି ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁ ବଳାତ୍କାର ଉପରେ ଦେଶବ୍ୟାପୀ ଅଧିକ ତଥ୍ୟ ସଂଗ୍ରହ ପୋକ୍ସୋ ଆଇନର କାର୍ଯ୍ୟକାରିତାକୁ ବିଳମ୍ବିତ କରିବ ବୋଲି ଖଣ୍ଡପୀଠ ଆଶଙ୍କା ବ୍ୟକ୍ତ କରିଛନ୍ତି। ପୋକ୍ସୋ ମାମଲାଗୁଡ଼ିକର ତ୍ୱରିତ ଫଇସଲା ପାଇଁ ପ୍ରତ୍ୟେକ ଜିଲାରେ ଫରେନ୍ସିକ୍‌ ଲାବରେଟୋରି ପ୍ରତିଷ୍ଠା ଲାଗି ଆମିକସ୍‌ କ୍ୟୁରି (ଆଇନ ମିତ୍ର) ଭି. ଗିରିଙ୍କ ପ୍ରସ୍ତାବକୁ ପରେ ବିଚାର କରାଯାଇପାରେ। ତେବେ ଏଭଳି ମାମଲାଗୁଡ଼ିକର ତୁରନ୍ତ ବିଚାର ଲାଗି ଉଚିତ ସମୟରେ ଫରେନ୍ସିକ୍‌ ରିପୋର୍ଟ ଦାଖଲ କରାଇବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୬ରେ ଏହାର ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri