ଶିଶୁଙ୍କ ପାଇଁ କୋଭିଡ଼ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା ଜରୁରୀ

କଟକ ଅଫିସ, ୯ା୪:  ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାକୁ ଲାଇଭ ସପୋର୍ଟିଂ ସିଷ୍ଟମରେ ରଖି ଚିକିତ୍ସା କରାଯାଇଥିଲା। କିନ୍ତୁ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ବେ ଶିଶୁଟିର ମୃତ୍ୟୁ ଘଟିଥିଲା। ଶିଶୁର ମାତାପିତା ଶ୍ରମିକ ଶ୍ରେଣୀର ଓ ସେମାନଙ୍କ କୌଣସି ଟ୍ରାଭେଲ ହିଷ୍ଟ୍ରି ନ ଥିଲା। ଏହାବ୍ୟତୀତ ସେମାନେ ବସବାସ କରୁଥିବା ଗଁ। ଲକ୍‌ଡାଉନ କରାଯାଇଥିଲା। ଏ ସବୁ ସତ୍ତ୍ୱେ ଶିଶୁଟି କିପରି ସଂକ୍ରମିତ ହେଲା, ତା’ର କାରଣ ନ ଜାଣି ପାରିବାରୁ ଡାକ୍ତରଙ୍କ ଚିନ୍ତା ବଢିଯାଇଛି।
ଏପରିସ୍ଥଳେ ଓଡ଼ିଶାର କୋଭିଡ ହସ୍ପିଟାଲଗୁଡ଼ିକରେ ଏଯାଏ ଶିଶୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳୁନାହିଁ। କାରଣ ଶିଶୁଙ୍କ ନିମନ୍ତେ ଏନଆଇସିୟୁ (ନିଓନେଟାଲ ଇଣ୍ଟେନସିଭ କେୟାର ୟୁନିଟ) ଏବଂ ପିଆଇସିୟୁ (ପେଡିଆଟ୍ରିକ ଇଣ୍ଟେନସିଭ କେୟାର ୟୁନିଟ)ରେ ମିଳୁଥିବା ସମସ୍ତ ସୁବିଧା ଏବଂ ପ୍ରାପ୍ତବୟସ୍କଙ୍କ ପାଇଁ ଉଦ୍ଦିଷ୍ଟ ଆଇସିୟୁ ମଧ୍ୟରେ ଅନେକ ପାର୍ଥକ୍ୟ ଥାଏ। ମୁଖ୍ୟତଃ ପ୍ରାପ୍ତବୟସ୍କଙ୍କ ପାଇଁ ଉଦ୍ଦିଷ୍ଟ ମନିଟର ପ୍ରୋବ, ଭେଣ୍ଟିଲେଟର, ଅକ୍ସିଜେନ ମାସ୍କ, ଭେନଫ୍ଲାମ ଆଦି ଶିଶୁଙ୍କ ଠାରେ ଲାଗି ପାରିବ ନାହିଁ। ସେହିପରି ଆହୁରି ଅନେକ ବୈଷୟିକ ବ୍ୟବସ୍ଥା ଯାହା ବଡ଼ଙ୍କ ପାଇଁ ଜରୁରୀ ତାହା ଶିଶୁଙ୍କ ନିମନ୍ତେ ଉପଯୋଗ ହୋଇପାରିବ ନାହିଁ। ତେଣୁ ଶିଶୁଙ୍କ ନିମନ୍ତେ କୋଭିଡ ହସ୍ପିଟାଲ ଆଇସିୟୁରେ ସ୍ବତନ୍ତ୍ର ଭାବେ କିଛି ଶଯ୍ୟା ସଂରକ୍ଷିତ ରଖି ଏସବୁ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯିବା ଦରକାର ବୋଲି କେତେଜଣ ଶିଶୁରୋଗ ବିଶେଷଜ୍ଞ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri