Posted inଜାତୀୟ

ଶିଶୁଙ୍କ ବିରୋଧରେ ଯୌନ ହିଂସା: ତଦନ୍ତ, ଶୁଣାଣି ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ,୨୦ା୧୧(ପି.ଟି.) : ଦେଶରେ ଶିଶୁଙ୍କ ବିରୋଧରେ ଯୌନ ହିଂସା ବଢ଼ିବାରେ ଲାଗିଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଶିଶୁଙ୍କୁ ଯୌନ ଉତ୍ପୀଡ଼ନ କ୍ଷେତ୍ରରେ ତଦନ୍ତ ଓ ଶୁଣାଣି ସ୍ଥିତି ଅଚମ୍ବିତ କରିଦେବା ଭଳି ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣୀ ଦେଇଛନ୍ତି। ଏହାସହ ଏଭଳି ମାମଲାଗୁଡ଼ିକର ତଦନ୍ତ ତୁରନ୍ତ କରାଇ ଶୁଣାଣି ସମ୍ପୂର୍ଣ୍ଣ କରାଇବା ସକାଶେ କେନ୍ଦ୍ର ଓ ସମସ୍ତ ରାଜ୍ୟ ସରକାରଙ୍କୁ ଅଧିକ ତତ୍ପରତା ଦେଖାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବଳାତ୍କାର ମାମଲା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଥିବାବେଳେ ସୁପ୍ରିମକୋର୍ଟ ଏହାକୁ ନେଇ ନିଜଆଡ଼ୁ ବିଚାର ଆରମ୍ଭ କରିଛନ୍ତି। ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ବଳରେ ୧୦୦ରୁ ଅଧିକ ମାମଲା ରୁଜୁ ହୋଇଥିବା ଜିଲାଗୁଡ଼ିକରେ କେନ୍ଦ୍ର ସରକାରଙ୍କ ପାଣ୍ଠିରେ ଗୋଟିଏ ଲେଖାଏ ସ୍ବତନ୍ତ୍ର ଅଦାଲତ ପ୍ରତିଷ୍ଠା କରିବା ସମେତ କେତେକ ନିର୍ଦ୍ଦେଶନାମା ଏହା ପୂର୍ବରୁ ଜାରି କରିଥିଲେ। ସୁପ୍ରିମକୋର୍ଟ ରେଜିଷ୍ଟ୍ରାର ସୁରିନ୍ଦର ଏସ୍‌. ରାଠିଙ୍କ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟକୁ ଗତ ୧୩ ତାରିଖରେ ତତ୍କାଳୀନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଗ୍ରହଣ କରିଥିଲେ। ଉକ୍ତ ରିପୋର୍ଟରୁ ଚକିତ କରିଦେବା ଭଳି ତଥ୍ୟ ମିଳିଛି। ଶୁଣାଣି ସମ୍ପର୍କରେ ନ କହିବା ଭଲ। ବର୍ଷକରେ ମାତ୍ର ୨୦% ମାମଲାର ବିଚାର ହୋଇପାରିଛି। ପୀଡ଼ିତାଙ୍କୁ ସହାୟତା ଦେବା ପାଇଁ କାହାକୁ ଦାୟିତ୍ୱ ଦିଆଯାଇ ନାହିଁ କିମ୍ବା ସେମାନଙ୍କୁ କ୍ଷତିପୂରଣ ମଧ୍ୟ ମିଳିନାହିଁ। ପ୍ରାୟ ଦୁଇ-ତୃତୀୟାଂଶ ମାମଲା ବର୍ଷାଧିକ ସମୟ ଧରି ପଡ଼ିରହିଛି। ତେଣୁ ପୋକ୍ସୋ ଆଇନ ଅନୁସାରେ ଶିଶୁଙ୍କ ବିରୋଧରେ ଯୌନ ଅପରାଧ ମାମଲାଗୁଡ଼ିକର ଶୁଣାଣି ବର୍ଷକ ମଧ୍ୟରେ ଶେଷ କରିବାକୁ ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନାଙ୍କ ନେଇ ଗଠିତ ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri