ଶିଶୁର ବିକାଶ ପାଇଁ ଉଦ୍ୟମ ଆବଶ୍ୟକ

ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି। ମଙ୍ଗଳବାର କୁମଣ୍ଡ ଜରାସିଂହା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଓଷ୍ଟାର ବାର୍ଷିକ ଶିଶୁମେଳାରେ ରାଜ୍ୟ ଉପସଭାପତି ସରୋଜ କୁମାର ପାଣିଗ୍ରାହୀ ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇଥିଲେ। ଜିଲା ସଭାପତି ରାଜକିଶୋର ସାହୁ ସଭାପତିତ୍ୱ କରିଥିବା ବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶିଳ୍ପୀ ଦେ ଶିଶୁମେଳାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷୟିତ୍ରୀ କାଞ୍ଚନବାଳା ସାହୁ, ଜିଲା କାର୍ଯ୍ୟକାରୀ ସଭାପତି ତ୍ରିନାଥ ଦେବତା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅନୁଗୋଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦ ଯୋଗଦେଇ ଶିଶୁର ମାନସିକ ଓ ବୌଦ୍ଧିକ ବିକାଶ ପାଇଁ ସବୁସ୍ତରରେ ଉଦ୍ୟମ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ବିଚାରକ ମଣ୍ଡଳୀ ଦ୍ୱାରା ମନୋନୀତ କୃତୀ ଛାତ୍ରୀଛାତ୍ର ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ କଟକ ଶହୀଦ ଭବନରେ ଆୟୋଜିତ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି କର୍ମକର୍ତ୍ତାମାନେ ପ୍ରକାଶ କରିଥିଲେ। ଜିଲା ସମ୍ପାଦକ ତରଣୀସେନ ସାହୁ ବିବରଣୀପାଠ କରିଥିଲେ। ତାଳଚେର ବ୍ଲକ ସମ୍ପାଦକ ତ୍ରିଲୋଚନ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅନୁଗୋଳ ବ୍ଲକ ସମ୍ପାଦକ ପ୍ରଶାନ୍ତ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?