Posted inଜାତୀୟ

ଶିଶୁ କନ୍ୟାକୁ ବିକି ଫୋନ କିଣିଲେ ବାପା

ଚେନ୍ନାଇ, ୨୩ା୧୧(ପି.ଟି.): ତାମିଲନାଡ଼ୁରେ ନିଜ ନବଜାତ ଶିଶୁକନ୍ୟାକୁ ଦଲାଲ୍‌ଙ୍କ ସହଯୋଗରେ ଜଣେ ବ୍ୟକ୍ତି ବିକ୍ରିକରି ସେହି ଟଙ୍କାରେ ଫୋନ୍‌ କିଣିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଘଟଣାର ଖୋଳତାଡ୍‌ ପରେ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ତଥ୍ୟ ଅନୁଯାୟୀ, ୟେସୁରୁଧୟରାଜ୍‌ଙ୍କ ପୂର୍ବରୁ ୨ ଝିଅ ଓ ଗୋଟିଏ ପୁଅ ଥିଲେ। ପରେ ତାଙ୍କ ସ୍ତ୍ରୀ ପୁଷ୍ପଲତା ଦୁଇଟି ଯାଆଁଳା ଶିଶୁ ଜନ୍ମ ଦେଇଥିଲେ। ଗୋଟିଏ ପୁଅ ଓ ଗୋଟିଏ ଝିଅ। ପୁଣି ଝିଅ ଜନ୍ମ ହେବାରୁ ୟେସୁରୁଧୟରାଜ୍‌ ଚିନ୍ତାଗ୍ରସ୍ତ ଥିଲେ। ସ୍ତ୍ରୀଙ୍କୁ ନ ଜଣାଇ ଦଲାଲ୍‌ଙ୍କ ସାହାଯ୍ୟରେ ଗତ ୧୮ରେ ସେ ନବଜାତ ଶିଶୁକନ୍ୟାଟିକୁ ୨,୫୦୦ ଡଲାରରେ ବିକ୍ରି କରିଥିଲେ। ସେହି ଟଙ୍କାରେ ନିଜ ପାଇଁ ଏକ ଫୋନ ଓ ନବଜାତ ଶିଶୁପୁତ୍ର ଲାଗି ସୁନାର ଏକ ଚେନ୍‌ କିଣିଥିଲେ। ବାକି ଟଙ୍କାରେ ଋଣ ଶୁଝିଥିଲେ। ହସ୍ପିଟାଲକୁ ଚେକ୍‌ଅପ୍‌ ଲାଗି ନ ନେବାରୁ ଡାକ୍ତର ଆସି ପଚାରିଥିଲେ। ପରେ ସବୁ ସତ ଲୋକଲୋଚନକୁ ଆସିଥିଲା। ପରେ ୟେସୁରୁଧୟରାଜ ଓ ଦଲାଲ୍‌ଙ୍କୁ ପୋଲିସ ଗିରଫ କରି ଶିଶୁକନ୍ୟାକୁ ସାମୟିକ ଭାବେ ଏକ ଏନ୍‌ଜିଓ ଅଧୀନରେ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri