Posted inଜାତୀୟ

ଶିଶୁ କଲ୍ୟାଣ ଅଧିକାରୀଙ୍କୁ ପିଟିଲେ ଅନ୍ତେବାସୀ

ରାଏବରେଲୀ,୧୩।୧୧: ସାଧାରଣତଃ ପ୍ରାୟ ସମୟରେ ଶିକ୍ଷକଙ୍କ ଦ୍ୱାରା ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହୋଇଥିବା ଭିଡିଓ ଭାଇରାଲ ହୋଇଥାଏ। କିନ୍ତୁ ଉତ୍ତରପ୍ରଦେଶ ରାଏବରେଲୀରେ ଏହାର ଓଲଟା ଦୃଶ୍ୟ ସାମ୍ନାକୁ ଆସିଛି। ସେଠାକାର ଛାତ୍ରମାନେ ମହିଳା ଶିଶୁ କଲ୍ୟାଣ ଅଧିକାରୀଙ୍କୁ ନିସ୍ତୁକ ମାଡ ମାରିଥିବା ଜଣାପଡ଼ିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ସବୁ ମହଲରେ ଏହାକୁ ନିନ୍ଦା କରାଯାଇଛି। ସୂଚନାଯୋଗ୍ୟ, ରାଏବରେଲୀ ଥାନା ଅଞ୍ଚଳର ଧୋରହାରା ସ୍ଥିତ ଗାନ୍ଧୀ ସେବା ନିକେତନରେ କାର୍ଯ୍ୟରତ ଥିବା ଶିଶୁ କଲ୍ୟାଣ ଅଧିକାରୀ ମମତା ଦୁବେ ଶ୍ରେଣୀରେ ପାଠ ପଢ଼ାଉଥିବା ବେଳେ ହଠାତ୍‌ ଛାତ୍ରମାନେ ଉତ୍ତ୍ୟକ୍ତ ହୋଇ ତାଙ୍କ ସହ ଯୁକ୍ତିତର୍କ କରିଥିଲେ। ଏହାପରେ କିଛି ଛାତ୍ର ତାଙ୍କୁ ହାତରେ ଆଉ ଚେୟାରରେ ନିସ୍ତୁକ ମାଡ ମାରିଥିଲେ। ହେଲେ ଛାତ୍ରଙ୍କ କୋପରୁ ବର୍ତ୍ତିବା ପାଇଁ ମହିଳା ଅଧିକାରୀ ଜଣଙ୍କ ଏଣେତେଣେ ଦୌଡିବାକୁ ଲାଗିଥିଲେ। ପରେ ଏହି ଘଟଣା ବିଷୟରେ ମମତା ମାଜିଷ୍ଟ୍ରେଟଙ୍କୁ ଜଣାଇବା ସହ ଏସବୁ ପାଇଁ ସଂସ୍ଥାର ପରିଚାଳକଙ୍କୁ ସେ ଦାୟୀ କରିଛନ୍ତି। ସେ କହିଛନ୍ତି, ଏଥିପାଇଁ ପରିଚାଳକ ଛାତ୍ରଙ୍କୁ ଉସୁକାଇଥିଲେ। ପୂର୍ବରୁ ମଧ୍ୟ ଛାତ୍ରମାନେ ତାଙ୍କୁ ଶୌଚାଳୟରେ ବନ୍ଦ କରିଦେଇଥିବା ମମତା ଅଭିଯୋଗ କରିଛନ୍ତି। ସୂଚନାମୁତବକ ପରିଚାଳକ ଓ ଶିଶୁ କଲ୍ୟାଣ ଅଧିକାରୀଙ୍କ ମଧ୍ୟରେ କିଛି ଦିନ ହେଲା ବିବାଦ ଲାଗି ରହିଛି। ତାଙ୍କୁ ବାହାର କରିବା ପାଇଁ ପରିଚାଳକ ଏଭଳି ଷଡଯନ୍ତ୍ର କରୁଛନ୍ତି ବୋଲି ମମତା କହିଛନ୍ତି। ଅନ୍ୟପଟେ ଏନେଇ ପରିଚାଳକ କହିଛନ୍ତି, ମମତା ସବୁବେଳେ ଛାତ୍ରଙ୍କୁ ଗାଳିଦେବା ସହ ଅନାଥ ବୋଲି କହିଥାନ୍ତି। ତେଣୁ ଛାତ୍ରମାନେ ତାଙ୍କର କଥାରେ ଅତିଷ୍ଟ ହୋଇ ଏଭଳି କରିଛନ୍ତି ବୋଲି ପରିଚାଳକ କହିଛନ୍ତି। ତେବେ ମାଡର ସମସ୍ତ ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଥିବା ବେଳେ ଏହାକୁ ଆଧାର କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri