ଶିଶୁ ସୁରକ୍ଷା କାର୍ଯ୍ୟକ୍ରମର ସମୀକ୍ଷାସୁରକ୍ଷା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାମ କରିବା

ନୂଆପଡା ଅଫିସ,୩ା୮
ଜଣେ ସୁରକ୍ଷିତ ଶିଶୁ ହିଁ ଦେଶର ଉଜ୍ୱଳ ଭବିଷ୍ୟତ । ଶିଶୁଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଅହରହ କାମ କରିବାକୁ ପଡିବ ବୋଲି ଜିଲାପାଳ ମଧୁସ୍ମିତା ସାହୁ କହିଛନ୍ତି । ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ଆୟୋଜିତ ଶିଶୁ ସୁରକ୍ଷା ବିଭାଗ ସମୀକ୍ଷା ବୈଠକରେ ଯୋଗଦେଇ ଜିଲାପାଳ ଏହା କହିଛନ୍ତି । ବୈଠକରେ ଜିଲାପାଳ ସାହୁ ଅଧ୍ୟକ୍ଷତା କରିଥିବାବେଳେ ଶିଶୁ କଲ୍ୟାଣ ସମିତି ଅଧ୍ୟକ୍ଷ ରମେଶ କୁମାର ଭୋଇ, ସଦସ୍ୟ କୁମୁଦ କୁମାର ହୋତା, ଅଶ୍ୱିନୀ କୁମାର ପାତ୍ର, ଏଲପିଓ ବିକାଶ ଲରେନ୍ସ, ପୋନିକ ରବୀନ୍ଦ୍ର କୁମାର ମହାଲିକ ପ୍ରମୁଖ ଯୋଗଦେଇଥିଲେ । ବୈଠକରେ ଶିଶୁ ସୁରକ୍ଷା ଅଧିକାରୀ ବଳଦେବ ରଥ ବୈଠକ ପରିଚାଳନା କରିଥିଲେ । ଏହି ଅବସରରେ ଉଦ୍ଧାର କରାଯାଇଥିବା ଶିଶୁଙ୍କୁ ଅଧିକାର ଦେବା ସହ ସେମାନଙ୍କୁ ସମାଜର ମୁଖ୍ୟ ସୋ୍ରତରେ ସାମିଲ କରିବାକୁ ଅନ୍ୟାନ୍ୟ ବିଭାଗ ସହ ପତା୍ରଚାର କରିବାକୁ ନିର୍ଦ୍ଦେଶ କରିଥିଲେ । ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁଙ୍କୁ ଯଦି ପୋଷ୍ୟ ସନ୍ତାନ ଗ୍ରହଣୀୟ ଅଟନ୍ତି ତେବେ ସେଥିପ୍ରତି ସଯତ୍ନ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ କରିଥିଲେ। ଶିଶୁଙ୍କୁ ଯତ୍ନର ସହ କାଉନସେଲିଂ କରି ମୁଖ୍ୟ ସ୍ରୋତରେ ସାମିଲ କରି ଶିକ୍ଷା ଓ ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପ୍ରତି ଯତ୍ନଶୀଳ ହେବାକୁ କହିଥିଲେ । ଏହିଭଳି ଜିଲାରେ ପୋକସୋ ଆକ୍ଟ (ପ୍ରୋଟେକ୍ସନ ଅଫ ଚାଇଲ୍ଡ ଫ୍ରମ ସେକ୍ସୁଆଲ ଅଫେନସେସ ଆକ୍ଟ) ଅଧୀନରେ ପୀଡିତ ଥିବା ଶିଶୁମାନଙ୍କୁ ଠିକ ନ୍ୟାୟିକ ମାର୍ଗଦର୍ଶନ କରିବା ସହ ଅନୁକମ୍ପାରାଶି ପ୍ରଦାନ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଚଳିତବର୍ଷ ମୋଟ ୪୬ଜଣ ଶିଶୁଙ୍କୁ ବିଭିନ୍ନ ଅନୁଷ୍ଠାନରୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ସେମାନଙ୍କ ପରିବାରକୁ ଫେରାଇ ଦିଆଯାଇ ପାରିଥିବାରୁ ଜିଲାପାଳ ଧନ୍ୟବାଦ ଦେଇଥିଲେ। ଗତ ଦିନରେ ବହୁ କାମ ହୋଇଛି। ହେଲେ ବର୍ତ୍ତମାନ ଗୁଣାତ୍ମକ କାମ କରିବାକୁ ଅଛି ବୋଲି ଜିଲାପାଳ ସମୀକ୍ଷା ବେଳେ କହିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ କର୍ମୀ ଶ୍ରୀନିବାସ ବେହେରା, ସୁଧୀର କ୍ଷତ୍ରି ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧବିମାନବାହୀ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?