ଶୀଘ୍ର ଆସିବ ଏଲ୍‌ଆଇସିର ଆଇପିଓ

ନୂଆଦିଲ୍ଲୀ,୨୦।୬: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଇନିସିଆଲ ପବ୍ଲିକ ଅଫରିଂ( ଆଇପିଓ) ଶୀଘ୍ର ଆସିବ। ଏଥି ଲାଗି ସରକାର ପରାମର୍ଶଦାତାଫାର୍ମ, ନିବେଶ ବ୍ୟାଙ୍କର ଏବଂ ବିତ୍ତୀୟ ସଂସ୍ଥାଗୁଡିକଠାରୁ ଟେଣ୍ଡର ଆମନ୍ତ୍ରଣ କରିଛନ୍ତି। ଏଲ୍‌ଆଇସି ଆଇପିଓ ଆସିଲେ ଏହା ଦେଶର ସବୁଠାରୁ ବଡ ଆଇପିଓ ହେବ ବୋଲି କୁହାଯାଉଛି। ଏଥିଲାଗି ସରକାର ୨ ପୂର୍ବ ଟ୍ରାଞ୍ଜାକଶନ ପରାମର୍ଶଦାତା ସାମିଲ କରିବେ। ସରକାର ଏୟାର ଇଣ୍ଡିଆ, ବିପିସିଏଲ୍‌,କନକର ସମେତ ଅନ୍ୟ କମ୍ପାନୀଗୁଡିକରୁ ଅଂଶଧନ ବିକ୍ରି କରିବା ଲାଗି ବର୍ତ୍ତମାନ ଯୋଜନା ରଖିଛନ୍ତି। କୋଭିଡ୍‌ କାରଣରୁ ବର୍ତ୍ତମାନ ଏଥିରେ ବାଧା ଉପୁଜିଛି। ଶୁକ୍ରବାର ଜାରି ହୋଇଥିବା ରିକ୍ୱେଷ୍ଟ ପ୍ରପୋଜାଲ ମୁତାବକ ଟେଣ୍ଡରର ଚୂଡାନ୍ତ ତାରିଖ ୧୩ ଜୁଲାଇ ରଖାଯାଇଛି। ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ ଏଲ୍‌ଆଇସି ଆଇପିଓ ସମ୍ପର୍କରେ ଘୋଷଣା କରିଥିଲେ। ଟେଣ୍ଡରରେ ଭାଗନେବାକୁ ହେଲେ ଅନ୍ତତଃ ପକ୍ଷେ ୩ ବର୍ଷର ଅଭିଜ୍ଞତା ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri