Posted inଖେଳ

ଶୀର୍ଷ ସ୍ଥାନ ହରାଇଲେ ବୁମରା

ଦୁବାଇ,୧୨।୨- ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏଥିଯୋଗୁ ତାଙ୍କୁ ଆଇସିସି ଦିନିକିଆ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ହରାଇବାକୁ ପଡ଼ିଛି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରତ୍ୟେକ ମ୍ୟାଚ ଖେଳିଥିଲେ। ହେଲେ ସେ ୩୦ ଓଭର ବୋଲିଂ କରି ୧୬୭ ରନ୍‌ ବ୍ୟୟ କରିଥିଲେ। କିନ୍ତୁ ଗୋଟିଏ ହେଲେ ଉଇକେଟ ନେବାରେ ସକ୍ଷମ ହୋଇ ନ ଥିଲେ। ଫଳରେ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟ ଆଇସିସି ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷ ସ୍ଥାନ ହାତେଇଛନ୍ତି। ବୁମରା ଦ୍ୱିତୀୟ ସ୍ଥାନରେ ଥିବାବେଳେ ଆଫଗାନିସ୍ତାନର ମୁଜିବ ଉର ରେହମାନ, ଦକ୍ଷିଣ ଆଫ୍ରିକାର କାଗିସୋ ରବାଡା ଓ ଅଷ୍ଟ୍ରେଲିଆର ପାଟ କୁମିନ୍ସ ରହିଛନ୍ତି। ଅନ୍ୟପକ୍ଷରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ କୋହଲି ମାତ୍ର ୭୫ ରନ୍‌ କରିଥିଲେ। ଭାରତ ସମସ୍ତ ମ୍ୟାଚ୍‌ରେ ପରାସ୍ତ ହୋଇଥିଲା। ତାଙ୍କ ପଛକୁ ରହିଛନ୍ତି ଉପଅଧିନାୟକ ରୋହିତ ଶର୍ମା। ସେ ଆହତ ସମସ୍ୟା ଯୋଗୁ ସିରିଜ୍‌ରୁ ବାଦ୍‌ ପଡ଼ିଥିଲେ। ନ୍ୟୁଜିଲାଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲର ଗୋଟିଏ ସୋପାନ ଉପରକୁ ଉଠି ଚତୁର୍ଥ ସ୍ଥାନ ହାସଲ କରିଛନ୍ତି। ଅଲରାଉଣ୍ଡଙ୍କ ତାଲିକାରେ ରବୀନ୍ଦ୍ର ଜାଡେଜା ୩ ସ୍ଥାନ ଉପରକୁ ଉଠି ୭ମ ସ୍ଥାନରେ ରହିଛନ୍ତି। ଜାଡେଜା ୬୩ ରନ୍‌ କରିବା ସହ ଦୁଇ ଉଇକେଟ ନେଇଥିଲେ। ଆଫଗାନିସ୍ତାନର ମହମ୍ମଦ ନବି ଶୀର୍ଷସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri