ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ):
ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ ବୋଲି ପଚାରିବାରୁ ଆରମ୍ଭ ହେଇଥିଲା ଏହି କାଣ୍ଡ। ୧ତାରିଖରେ ସବୁ ଆଡ଼େ ଲକଡାଉନ ଚାଲିବା ଅବସ୍ଥାରେ ମଧ୍ୟ ବରବରା ଅଞ୍ଚଳରେ କିଛି ଯୁବକ ୨ଟି ଶୁଆ ବିକ୍ରି କରୁଥିବା ଦେଖି ବନ କର୍ମଚାରୀମାନେ ଆକଟ କରିଥିଲେ। ସେହି ରାଗ ରଖି ୫୦ ରୁ ଉର୍ଦ୍ଧ୍ବ ଗ୍ରାମବାସୀ ସଂଘବଦ୍ଧ ଭାବରେ ଠେଙ୍ଗା, ବାଡ଼ି, ଲୁହା ଛଡ଼ ଆଦିରେ ଆକ୍ରମଣ କରିଥିଲେ। ସରକାରୀ ଗାଡ଼ି ଏବଂ ବନ କର୍ମଚାରୀଙ୍କ ନିଜ ଗାଡ଼ି ମଧ୍ୟ ଭାଙ୍ଗି ଚୁରମାର କରିଦେଇଛନ୍ତି।
ଏହି ଆକ୍ରମଣରେ ବନରକ୍ଷୀ ଆଶିଷ ମହାନ୍ତି, ନୀଳାଦ୍ରି ପ୍ରସାଦ, ସୌମ୍ୟ ରଞ୍ଜନ ବେହେରା, କବିତା ଜାଲିଙ୍କ ସମେତ ଆହୁରି ଅନେକ ବନ କର୍ମଚାରୀ ଗୁରୁତର ଆହତ ହେଇଛନ୍ତି। ସରକାରୀ କର୍ମଚାରୀଙ୍କ ଉପରେ ଏହି ମରଣାନ୍ତକ ଆକ୍ରମଣକୁ ନେଇ ବରବରା ରେଞ୍ଜର ଡେପୁଟି ରେଞ୍ଜର ଧୀରେନ କୁମାର ପ୍ରଧାନ ଗତ ୧ ତାରିଖରୁ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଯାଏଁ କିଛି ବି କାର୍ଯ୍ୟାନୁଷ୍ଠାନ ହେଇ ନାହିଁ। ଏହି ଘଟଣାକୁ ଅଣଗେଜେଟେଡ ବନ କର୍ମଚାରୀ ସଂଘର ସମ୍ପାଦକ ସମୀର ବେହେରା ଦୃଢ଼ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବୀ କରିଛନ୍ତି। ଏହା ନକଲେ ବନ କର୍ମଚାରୀଙ୍କ ମନୋବଳ ଭାଙ୍ଗି ଯିବ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri