ଶୁକ୍ରବାରରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ: ୨ ଦିନ ଛୁଟି ପରେ ୧୫ରେ ଚାଲିବ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଗୋଟିଏ ଦିନ ପରେ ୧୩ ଓ ୧୪ ତାରିଖ ମାସର ଦ୍ୱିତୀୟ ଶନିବାର ଏବଂ ରବିବାର ପାଇଁ ଛୁଟି ରହିବ। ୧୫ ତାରିଖଠାରୁ ଅଧିବେଶନ ନିୟମିତ ଚାଲିବ। ଅଧିବେଶନ କାଳରେ ବିଧାନସଭା ଷ୍ଟାଣ୍ଡିଂ କମିଟିର ବିଭିନ୍ନ ରିପୋର୍ଟ ଏବଂ ୨୦୧୯-୨୦ ପାଇଁ ଆପତ୍‌କାଳୀନ ପାଣ୍ଠିରେ ଥିବା ଖର୍ଚ୍ଚ ଦାବି ଉପସ୍ଥାପନ କରାଯିବ। ଜୁଲାଇ ୧୫ରୁ ଅଗଷ୍ଟ ୧ ତାରିଖ ଯାଏ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆଗତ ହୋଇଥିବା ବଜେଟର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଜୁଲାଇ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍‌ ବିଧାନସଭାରେ ଅନୁମୋଦନ ଲାଭ କରିବ। ଏହି ସମୟରେ ଓଡ଼ିଶା ମ୍ୟୁନିସିପାଲ ଆକ୍ଟ ସଂଶୋଧର ପାଇଁ ମଧ୍ୟ ପ୍ରସ୍ତାବ ଆସିବାର କାର୍ଯ୍ୟକ୍ରମ ରହିଛି।
ବିଜେଡି ସରକାରର ପଞ୍ଚମ ପାଳିର ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଜୁନ୍‌ ୨୫ରୁ ଆରମ୍ଭ ହୋଇଥିଲା। ଜୁଲାଇ ୩ ତାରିଖରେ ପ୍ରଥମ ପର୍ଯ୍ୟାୟ ଶେଷ ହୋଇଥିଲା। ଏହି ସମୟରେ ୨୦୧୯-୨୦ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଗୃହରେ ଆଗତ କରାଯାଇଥିଲା। ଏଥିସହିତ ଉପବାଚସ୍ପତି ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri