ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ମହାପ୍ରଭୁଙ୍କୁ ତିନିରଥ ଅପେକ୍ଷା କରି ରହିଛନ୍ତି। ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟିର ସଦସ୍ୟମାନେ ଯାଞ୍ଚ କରିସାରିଛନ୍ତି। ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ପ୍ରସ୍ତୁତି ଚାଲିଛି।
ଗୁରୁବାର ଥିଲା ସନ୍ଧ୍ୟା ଦର୍ଶନ। ତେଣୁ ବୁଧବାର ରାତି ୨ଟା ୫୫ରେ ଠାକୁରଙ୍କ ପହୁଡ଼ ହୋଇ ଭୋର ୪ଟା ୨୦ଟାରେ ଦ୍ୱାରଫିଟା ଯାଇଥିଲା। ୫ଟା ୧୦ରେ ହୋଇଥିଲା ମଙ୍ଗଳ ଆଳତି। ଏହାପରେ ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇଥିଲା। ଲମ୍ବା ଧାଡ଼ିିରେ ଶ୍ରଦ୍ଧାଳୁମାନେ ଦାରୁଦିଅଁଙ୍କ ଦର୍ଶନ କରିଥିଲେ। ନୀତି ସଅଳ ଚାଲିଥିଲା। ଭକ୍ତମାନେ ପୂର୍ବାହ୍ନ ୧୦ଟା ୨୫ରେ ଆଡପ ଅବଢା ପାଇଥିଲେ ।
ସନ୍ଧ୍ୟା ଦର୍ଶନ ପରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଶୋଧ କରାଯାଇଥିଲା। ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡି ଭୋଗ ଖାଇସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ୧୨ଟାରେ ବାହୁଡା ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ବଢି ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ । ବାହୁଡା ପରଦିନ ଅର୍ଥାତ୍‌ ଶନିବାର ସୁନାବେଶ ରହିଛି। ତେଣୁ ବାହୁଡ଼ା ଦିନ ହିଁ ସିଂହଦ୍ୱାରରେ ତିନିରଥ ପହଞ୍ଚାଇବା ଲାଗି ପ୍ରଶାସନ ସ୍ଥିର କରିଛି । ଆବଶ୍ୟକ ପଡ଼ିିଲେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯାଇ ରାତିରେ ରଥ ଟଣାଯାଇ ସିଂହଦ୍ୱାରରେ ପହଞ୍ଚାଇବାର ଯୋଜନା ରହିଛି ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri