ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଯୁବକ

ତୁମୁଡିବନ୍ଧ,୧୭ା୫(ଡି.ଏନ୍‌.ଏ.)- ଅସରାଏ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି, ଗଁାରୁ ବାହାରି ହୁଏନି। ଏନେଇ ତୁମୁଡିବନ୍ଧ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପଯର୍‌ୟନ୍ତ ଅଭିଯୋଗ କରି ସୁଫଳ ନ ମିଳିବାରୁ ଶେଷରେ ବାଧ୍ୟ ହୋଇ ରାସ୍ତା ମରାମତି କରିଛି ଗ୍ରାମର ଯୁବକସଂଘ। ତୁମୁଡିବନ୍ଧ ବ୍ଲକ ସଦରମହକୁମା ଠାରୁ କୋଟଗଡ ପିଚୁ ରାସ୍ତାରେ ପ୍ରାୟ ୨ କିମି ଯିବାପରେ ସେଠାରୁ କାଲିସାପଦରକୁ ରହିଛି ମାଟି ରାସ୍ତା। ୪ବର୍ଷ ପୂର୍ବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଏହି ମାଟିରାସ୍ତା କାମ ହୋଇଥିଲା। ମାତ୍ର ମୋରମ ବିଛାଯାଇ ନ ଥିଲା। ଚାଉଳ ନଦୀରୁ ବାଲି ବୋଝେଇ ଟ୍ରକ ଉକ୍ତ ରାସ୍ତାରେ ଯାଉଥିବାରୁ ଦିନ କେଇଟାରେ ଅବସ୍ଥା ଶୋଚନୀୟ ହୋଇପଡିଥିଲା। ଫଳରେ କାଲିସାପଦରର ୧୫୦ ପରିବାର ନାହିଁ ନ ଥିବା ଅସୁବିଧା ଭୋଗୁଥିଲେ। ବର୍ଷାହେଲେ ଗଁାକୁ ଆମ୍ବୁଲାନ୍ସ ମଧ୍ୟ ଯାଇ ପାରେ ନାହିଁ। ରୋଗୀଙ୍କୁ ଖଟିଆରେ ବୋହି ନେବାକୁ ପଡେ। କାଲିସାପଦର ଯୁବକ ସଂଘ ସଦସ୍ୟମାନେ ରବିବାର ସକାଳୁ ରାସ୍ତା ମରାମତି କରିଛନ୍ତି। ଏନେଇ ସଂଘ ସଭାପତି ବିକାଶ ମଲିକ କୁହନ୍ତି, ଲକ୍‌ଡାଉନ ଯୋଗୁ ଆମର ପ୍ରାୟ ୬ଟି ଟ୍ରାକ୍ଟର ଘର ଆଗରେ ରହିଥିଲା। ଗ୍ରାମବାସୀଙ୍କୁ ଅବଗତ କରାଇବା ପରେ ପ୍ରାୟ ୨୦ ଜଣ ଯୁବକ ଏହି ରାସ୍ତା କାର୍ଯ୍ୟ କରିଛୁ। ଏନେଇ ତୁମୁଡିବନ୍ଧ ବିଡିଓ ଅଗସ୍ତି ପ୍ରଧାନଙ୍କୁ ପଚାରିବାରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଉକ୍ତ ରାସ୍ତା ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri