ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଯୁବକ

ତୁମୁଡିବନ୍ଧ,୧୭ା୫(ଡି.ଏନ୍‌.ଏ.)- ଅସରାଏ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି, ଗଁାରୁ ବାହାରି ହୁଏନି। ଏନେଇ ତୁମୁଡିବନ୍ଧ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପଯର୍‌ୟନ୍ତ ଅଭିଯୋଗ କରି ସୁଫଳ ନ ମିଳିବାରୁ ଶେଷରେ ବାଧ୍ୟ ହୋଇ ରାସ୍ତା ମରାମତି କରିଛି ଗ୍ରାମର ଯୁବକସଂଘ। ତୁମୁଡିବନ୍ଧ ବ୍ଲକ ସଦରମହକୁମା ଠାରୁ କୋଟଗଡ ପିଚୁ ରାସ୍ତାରେ ପ୍ରାୟ ୨ କିମି ଯିବାପରେ ସେଠାରୁ କାଲିସାପଦରକୁ ରହିଛି ମାଟି ରାସ୍ତା। ୪ବର୍ଷ ପୂର୍ବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଏହି ମାଟିରାସ୍ତା କାମ ହୋଇଥିଲା। ମାତ୍ର ମୋରମ ବିଛାଯାଇ ନ ଥିଲା। ଚାଉଳ ନଦୀରୁ ବାଲି ବୋଝେଇ ଟ୍ରକ ଉକ୍ତ ରାସ୍ତାରେ ଯାଉଥିବାରୁ ଦିନ କେଇଟାରେ ଅବସ୍ଥା ଶୋଚନୀୟ ହୋଇପଡିଥିଲା। ଫଳରେ କାଲିସାପଦରର ୧୫୦ ପରିବାର ନାହିଁ ନ ଥିବା ଅସୁବିଧା ଭୋଗୁଥିଲେ। ବର୍ଷାହେଲେ ଗଁାକୁ ଆମ୍ବୁଲାନ୍ସ ମଧ୍ୟ ଯାଇ ପାରେ ନାହିଁ। ରୋଗୀଙ୍କୁ ଖଟିଆରେ ବୋହି ନେବାକୁ ପଡେ। କାଲିସାପଦର ଯୁବକ ସଂଘ ସଦସ୍ୟମାନେ ରବିବାର ସକାଳୁ ରାସ୍ତା ମରାମତି କରିଛନ୍ତି। ଏନେଇ ସଂଘ ସଭାପତି ବିକାଶ ମଲିକ କୁହନ୍ତି, ଲକ୍‌ଡାଉନ ଯୋଗୁ ଆମର ପ୍ରାୟ ୬ଟି ଟ୍ରାକ୍ଟର ଘର ଆଗରେ ରହିଥିଲା। ଗ୍ରାମବାସୀଙ୍କୁ ଅବଗତ କରାଇବା ପରେ ପ୍ରାୟ ୨୦ ଜଣ ଯୁବକ ଏହି ରାସ୍ତା କାର୍ଯ୍ୟ କରିଛୁ। ଏନେଇ ତୁମୁଡିବନ୍ଧ ବିଡିଓ ଅଗସ୍ତି ପ୍ରଧାନଙ୍କୁ ପଚାରିବାରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଉକ୍ତ ରାସ୍ତା ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri