Posted inଖେଳ

ଶୁବମନ ଗିଲ୍‌ଙ୍କ ରେକର୍ଡ ଦ୍ୱିଶତକ

ତରୌବ(ତ୍ରିନିଦାଦ ଆଣ୍ଡ୍‌ ଟବାଗୋ),୯।୮- ଶୁବମନ ଗିଲ୍‌ ଦେଶର ସର୍ବକନିଷ୍ଠ କ୍ରିକେଟର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ ଲଗାଇଛନ୍ତି। ଅଧିନାୟକ ହନୁମା ବିହାରୀଙ୍କ ଶତକ ବଳରେ ଓ୍ବେଷ୍ଟଇଣ୍ଡିଜ ଏ’ ବିପକ୍ଷରେ ଏଠାରେ ଚାଲିଥିବା ତୃତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ ଏ’ ଦୃଢ଼ ସ୍ଥିତିରେ ପହଞ୍ଚତ୍ଛି। ୧୯ ବର୍ଷୀୟ ଗିଲ୍‌ ଭାରତୀୟ କ୍ରିକେଟର ଉଦୀୟମାନ ଷ୍ଟାର। ସେ ୨୫୦ ବଲର ସମ୍ମୁଖୀନ ହୋଇ ୨୦୪ ରନ୍‌ କରିଛନ୍ତି। ଏଥିସହିତ ଗିଲ୍‌ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀରଙ୍କ ରେକର୍ଡ ଭଙ୍ଗ କରିଛନ୍ତି। ୨୦୦୨ରେ ୨୦ ବର୍ଷୀୟ ଗମ୍ଭୀର ଭାରତ ବୋର୍ଡ ଏକାଦଶ ଓ ଜିମ୍ବାଓ୍ବେ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ୨୧୮ ରନ୍‌ର ଇନିଂସ ଖେଳିଥିଲେ।
ଭାରତ ଏ’ ଦଳ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୨୩/୨ରୁ ବ୍ୟାଟିଂ ଆରମ୍ଭକରି ୫୦ ରନ୍‌ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଏଭଳି ସ୍ଥିତିରେ ଗିଲ୍‌ ଓ ଅଧିନାୟକ ବିହାରୀ ୫ମ ଉଇକେଟ ପାଇଁ ୩୧୫ ରନ୍‌ର ଭାଗୀଦାରି କରିଥିଲେ। ଫଳରେ ଭାରତ ଏ’ ୪ ଉଇକେଟରେ ୩୬୫ ରନ୍‌ କରିଥିବାବେଳେ ଇନିଂସ ଘୋଷଣା କରିଛି। ଗିଲ୍‌ ୨୦୪ ଓ ବିହାରୀ ୧୧୮ ରନ୍‌ କରି ଅପରାଜିତ ଥିଲେ। ଏହାପରେ ୩୭୩ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ଘରୋଇ ଦଳ ବିନା କ୍ଷତିରେ ୩୭ ରନ୍‌ କରିଛି। ଅନ୍ତିମ ଦିନରେ ଓ୍ବେଷ୍ଟଇଣ୍ଡିଜ ଏ’ ଦଳକୁ ବିଜୟୀ ଲାଗି ୧୦ ଉଇକେଟରେ ୩୩୬ ରନ୍‌ ଦରକାର। ପୂର୍ବରୁ ପ୍ରଥମ ଇନିଂସରେ ଭାରତ ଏ’ ୨୦୧ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୧୯୪ ରନ୍‌ କରିଥିଲା। ପ୍ରଥମ ଇନିଂସରେ କ୍ରିଷ୍ଣପା ଗୌତମ ହ୍ୟାଟ୍ରିକ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?