Posted inଖେଳ

ଶୁଭମନଙ୍କ ଦ୍ୱିଶତକ

ଖ୍ରୀଷ୍ଟଚର୍ଚ୍ଚ,୨।୨(ପି.ଟି.)- ଭାରତୀୟ ଦଳରେ ସ୍ଥାନ ପାଇବା ପାଇଁ ସଂଘର୍ଷ କରୁଥିବା ଶୁବମନ ଗିଲ ୪ ଦିନିଆ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ମ୍ୟାଚ୍‌ରେ ଦ୍ୱିଶତକ ହାସଲ କରିଛନ୍ତି। ତାଙ୍କର ଅପରାଜିତ ୨୦୪ ରନ୍‌ର ଇନିଂସ ଯୋଗୁ ଇଣ୍ଡିଆ ଏ’ ମ୍ୟାଚ୍‌କୁ ଡ୍ର’ କରିବାରେ ସଫଳ ହୋଇଛି। ୧୨୭/୨ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତ ଏ’ ଦିନ ସାରା ଭଲ ବ୍ୟାଟିଂ କରି ଦିବସ ଶେଷ ସୁଦ୍ଧା ୩ ଉଇକେଟ କ୍ଷତିରେ ୪୪୮ ରନ୍‌ କରିଥିଲା। ଗିଲ ଦ୍ୱିତୀୟ ଥର ପାଇଁ ବିଦେଶରେ ଦ୍ୱିଶତକ ହାସଲ କରିଛନ୍ତି। ଗତବର୍ଷ ଓ୍ବେଷ୍ଟଇଣ୍ଡିଜରେ ପ୍ରଥମ ଦ୍ୱିଶତକ କରିଥିଲେ। ଗିଲଙ୍କ ଇନିଂସରେ ଥିଲା ୨୨ ଚୌକା ଓ ୪ ଛକା। ଅନ୍ୟମାନଙ୍କ ମଧ୍ୟରେ ପ୍ରିୟଙ୍କ ପାଞ୍ଚଲ ୧୧୫ ଓ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ ଅପରାଜିତ ୧୦୦ ରନ୍‌ କରିଥିଲେ। ସେ ଗିଲଙ୍କ ସହ ଚତୁର୍ଥ ଉଇକେଟ ପାଇଁ ୨୨୨ ରନ୍‌ର ଭାଗୀଦାରି କରିଥିଲେ। ପୂର୍ବରୁ ପ୍ରଥମ ଇନିଂସରେ ଭାରତ ୨୧୬ ରନରେ ସୀମିତ ରହିଥିଲା। ଜବାବରେ ନ୍ୟୁଜିଲାଣ୍ଡ ଏ’ ୭ ଉଇକେଟ କ୍ଷତିରେ ୫୭୨ ରନ୍‌ କରି ପାଳି ଘୋଷଣା କରିଥିଲା। ଏଭଳି ଦ୍ୱିଶତକୀୟ ଇନିଂସ ପରେ ଗିଲ ଜାତୀୟ ଟେଷ୍ଟ ଦଳରେ ସ୍ଥାନ ପାଇପାରନ୍ତି। କିନ୍ତୁ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିବାର ସମ୍ଭାବନା କମ୍‌। କାରଣ ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଓପନିଂ ଯୋଡ଼ି ଏବେ ଭଲ ଫର୍ମରେ ଅଛି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପାଇଁ ୨୧ ତାରିଖରେ ଭାରତୀୟ ଦଳ ଘୋଷିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri