ଶୃଙ୍ଖଳିତ ଜିଲା ଭାବରେ ଗଢି ତୋଳିବା ଆଭିମୁଖ୍ୟ ପ୍ରକାଶ କଲେ ଏସ୍‌ପି

ନୂଆପଡା ଅଫିସ,୨୮ା୮-ନୂଆପଡା ଏକ ଉପାନ୍ତ ତଥା ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲା । ଏଠାରେ ମାଓବାଦୀ, ଦାଦନ ଭଳି ସମସ୍ୟା ରହିଥିବାବେଳେ ଲୋକଙ୍କ ସାଧାରଣ ଜୀବନ ଶୈଳି ନିଆରା। ଏହାକୁ ଏକ ଶୃଙ୍ଖଳିତ ଜିଲା ଭାବେ ଗଠନ କରାଯିବ। ଏଥିପାଇଁ ପୋଲିସ ଲୋକଙ୍କ ନିକଟତର ହୋଇ କାମ କରିବ ବୋଲି ନୂତନ ଭାବେ ଯୋଗଦେଇଥିବା ଏସ୍‌ପି ବିନୀତ ଅଗ୍ରୱାଲ କହିଛନ୍ତି। ମଙ୍ଗଳବାର ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା ବେଳେ ନିଜର ଆଭିମୁଖ୍ୟ ପ୍ରକାଶ କରିଛନ୍ତି । ଏସ୍‌ପି ସ୍ମିତ ପରମାରଙ୍କ ବଦଳି ପରେ ଏସ୍‌ପି ବିନୀତ ଅଗ୍ରୱାଲ ଏଠାରେ ଯୋଗ ଦେଇଛନ୍ତି । ତାଙ୍କ କାର୍ଯ୍ୟାଳୟସ୍ଥିତ ସଭାଗୃହରେ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ମାଓବାଦୀ ଅଧ୍ୟୁଷିତ ଜିଲା ଭାବେ ଏଠିକାର ଲୋକଙ୍କୁ ଉପଯୁକ୍ତ ନ୍ୟାୟ ଦେବାର ଆବଶ୍ୟକତା ରହିଛି। ଏଠିକାର ଟ୍ରାଫିକ ସମସ୍ୟା, ଅପରାଧ ନିୟନ୍ତ୍ରଣ, ମହିଳାଙ୍କୁ ନ୍ୟାୟ ସମ୍ପର୍କୀତ ମାମଲା ଉପରେ ବିଶେଷ ଧ୍ୟାନ ଦିଆଯିବ। ସର୍ବୋପରି ଏହାକୁ ଏକ ସୁସଙ୍ଗଠିତ ଏବଂ ଶୃଙ୍ଖଳିତ ଜିଲା ଭାବେ ଗଠନ କରାଯିବାକୁ ସମସ୍ତଙ୍କ ଉଦ୍ୟମ ଦରକାର ବୋଲି କହିଥିଲେ। ସାକ୍ଷାତକାର ସମୟରେ ସ୍ଥାନୀୟ ଥାନାଧିକାରୀ ଆଦିତ୍ୟ କୁମାର ମହାକୁଡ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri