ଶୃଙ୍ଖଳିତ ମତଦାନକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୪ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ରୁ ୨୪ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣଠାରୁ ଗଣତି ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ନିର୍ବାଚନ କାର୍ଯ୍ୟ ସୁପରିଚାଳନା ନିମନ୍ତେ ରବିବାର ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ମଧ୍ୟରେ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ୧୬ ତାରିଖରେ ଟାଙ୍ଗୀ ଓ ବୋଲଗଡ଼, ୧୮ରେ ବାଣପୁର ଓ ବେଗୁନିଆ, ୨୦ରେ ଚିଲିକା ଓ ଖୋର୍ଦ୍ଧା, ୨୨ରେ ବାଲିପାଟଣା ଓ ଭୁବନେଶ୍ୱର ଏବଂ ଅନ୍ତିମ ପର୍ଯ୍ୟାୟ ୨୪ରେ ବାଲିଅନ୍ତା ଓ ଜଟଣୀ ବ୍ଲକ ପାଇଁ ଭୋଟ ଗ୍ରହଣ କରାଯିବ। ଜିଲାର ୧୦ଟି ବ୍ଲକରେ ୧୯୦ ସରପଞ୍ଚ, ସମିତି ସଭ୍ୟ, ୨୭୧୧ ୱାର୍ଡମେମ୍ବର ଏବଂ ୩୦ ଜିଲାପରିଷଦ ଜୋନ ନିମନ୍ତେ ମତଦାନ ହେବ। ଜିଲାରେ ୧୨୯ ଜିଲାପରିଷଦ, ୬୭୩ ସମିତି ସଭ୍ୟ, ୭୮୭ ସରପଞ୍ଚ ଏବଂ ୬୨୧୫ ଜଣ ୱାର୍ଡ ମେମ୍ବର ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ୧୦ ଲକ୍ଷ ୩୦ହଜାର୦୬୯ ମତଦାତା ମତଦାନ କରିବେ। ୨୭୧୧ କେନ୍ଦ୍ରରେ ମତଦାନ ଅନୁଷ୍ଠିତ ହେବ। ସେଥିରୁ ୫୦୦ ଅତି ସମ୍ବେଦନଶୀଳ, ୧୨୬୩ ସମ୍ବେଦନଶୀଳ ଓ ୯୪୮ ସାଧାରଣ ବୁଥ। ନିର୍ବାଚନରେ ନିୟୋଜିତ ସମସ୍ତ ଅଧିକାରୀ ଓ କର୍ମଚାରୀ ଧାର୍ଯ୍ୟ ତାରିଖ ଓ ସମୟରେ ସଂପୃକ୍ତ ବ୍ଲକରେ ଯୋଗଦେବେ। ସେଠାରୁ ମତଦାନ କେନ୍ଦ୍ରକୁ ଯାତ୍ରା କରିବେ। ସ୍ଥାନୀୟ ତହସିଲଦର, ଥାନାଧିକାରୀ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା କରିବେ। ଅତିସମ୍ବେଦନଶୀଳ ଓ ସମ୍ବେଦନଶୀଳ ବୁଥ୍‌ରେ ପୋଲିସ ମୁତୟନ କରାଯିବ। ରାଜ୍ୟ ନିର୍ବାଚନ କମିଶନଙ୍କ କୋଭିଡ୍‌ ଗାଇଡଲାଇନ ଅନୁସାରେ ମତଦାନ ସୁନିଶ୍ଚିତ କରାଯିବ। ମତଦାତାମାନେ କୋଭିଡ୍‌ ନିୟମ ଅନୁପାଳନ ଲାଗି ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପରିଧାନ ସହ ୬ଫୁଟ ସାମାଜିକ ଦୂରତା ରଖିବାକୁ ନିର୍ଦ୍ଦେଶ ରହିଛି। ମତଦାନ ସମୟରେ ସହଯୋଗ ଲାଗି ସମସ୍ତ ଭୋଟରଙ୍କୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଅତିରିକ୍ତ ଜିଲାପାଳ ମଜୋଜ ପାଢୀ, ଅନୁଜ ଦାସ ପଟ୍ଟନାୟକ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ଅତିରିକ୍ତ ଏସ୍‌ପି ସୁରେଶ କୁମାର ଦାଶ, ସଦର ଏସ୍‌ଡିପିଓ ସୁଶିଲ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲା ଏବଂ ବ୍ଲକସ୍ତରୀୟ ଅଧିକାରୀ ଓ ଥାନାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri