ଶେଷଥର ପାଇଁ କେବେ ହ୍ବାଟ୍‌ସଆପ୍‌ ଦେଖିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ। ତଥାପି ସେ ଦୀର୍ଘ ୬ ମାସ ହେଲା ବିଷାଦଗ୍ରସ୍ତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ହେଲେ ସେ କାହିଁକି ଡିପ୍ରେସନକୁ ଯାଇଥିଲେ, ସେକଥା କେହି ବି କହିପାରୁନାହାନ୍ତି। ସୁଶାନ୍ତ ସର୍ବଦା ହସହସ ମୁହଁରେ ସମସ୍ତଙ୍କୁ ଭେଟୁଥିଲେ। ମନ ଭିତରେ ଅନେକ ବ୍ୟଥା ରହିଥିଲେ ହେଁ ସେ କେବେ ହେଲେ ଏହାକୁ ନିଜ ମୁହଁରେ ଆସିବାକୁ ଦେଇ ନ ଥିଲେ। ଲକ୍ଷଲକ୍ଷ ଫ୍ୟାନ ଓ ବଲିଉଡକୁ ଏକା କରି ଚାଲିଯାଇଥିବା ସୁଶାନ୍ତଙ୍କ ସମ୍ପର୍କରେ ଏବେ ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି। ଯେଉଁଦିନ ସେ ଆତ୍ମହତ୍ୟା କରିଥିଲେ ସେଦିନ ସେ ନିଜ ହ୍ବାଟ୍‌ସଆପ୍‌ ଦେଖିଥିଲେ। ଶେଷଥର ସେ କେତେବେଳେ ଦେଖିଥିଲେ ତା’ର ଖୁଲାସା କରିଛନ୍ତି ଫିଲ୍ମ ନିର୍ମାତା ଆନନ୍ଦ ଗାନ୍ଧୀ। ସେ କହିଛନ୍ତି, ଆତ୍ମହତ୍ୟା ଦିନ ସକାଳ ୯.୧୫ରେ ସୁଶାନ୍ତ ଶେଷଥର ପାଇଁ ହ୍ବାଟ୍‌ସଆପ୍‌ ଦେଖିଥିଲେ। ଏବେ ତାଙ୍କ ହ୍ବାଟ୍‌ସଆପ୍‌ ଲାଷ୍ଟ୍‌ ସିନ୍‌ ୯.୧୫ ଦେଖାଉଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସୁଶାନ୍ତ ହସୁଥିବାର ଦେଖାଯାଇଛି। ସୁଶାନ୍ତ ସବୁବେଳେ ବିନ୍ଦାସ ଏବଂ ସଚ୍ଚୋଟ ହୃଦୟର ବ୍ୟକ୍ତି ଥିଲେ ବୋଲି ଆନନ୍ଦ କହିଛନ୍ତି।

https://www.instagram.com/p/CBgTexhp0Ic/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri