ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ ସମାଲୋଚନାର ଶିକାର ହେବାପରେ ନିଶିକାନ୍ତ ଆଉ ଏକ ବିବୃତି ବୁଧବାର ଦେଇଛନ୍ତି। ସେ କହିଛନ୍ତି, ଗତ ସପ୍ତାହରେ ଗଣମାଧ୍ୟମ ସହ କଥାହେବା ସମୟରେ ନେହେରୁ ଏବଂ ଗାନ୍ଧୀ ପରିବାରର କାରନାମା ସମ୍ପର୍କିତ ଆଲୋଚନା ମଧ୍ୟରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଗ୍ରଣୀ ନେତାମାନଙ୍କ ମଧ୍ୟରେ ସ୍ଥାନ ହାସଲ କରିପାରିଥିବା ବିଜୁ ପଟ୍ଟନାୟକଙ୍କ ବାବଦରେ ସେ ଦେଇଥିବା ମନ୍ତବ୍ୟକୁ ଭୁଲ୍‌ ଭାବେ ଚିତ୍ରଣ କରାଗଲା। ପ୍ରଥମତଃ ଏହି ବକ୍ତବ୍ୟ ତାଙ୍କର ସମ୍ପୂର୍ଣ୍ଣ ନିଜସ୍ବ ଥିଲା। ନେହେରୁଙ୍କ ବାବଦରେ ତାଙ୍କର ଯେଉଁ ବିଚାର ଥିଲା ସେଥିରେ ବିଜୁବାବୁଙ୍କୁ ନେଇ ବୁଝାଗଲା। ବିଜୁବାବୁ ସବୁବେଳେ ସେମାନଙ୍କ ନଜରରେ ଉଚ୍ଚରେ ରହିବେ। ସେ ଜଣେ ଷ୍ଟେଟ୍‌ସମ୍ୟାନ୍‌ ଥିଲେ ଓ ରହିବେ। ତାଙ୍କ ବକ୍ତବ୍ୟରେ ଯଦି କାହାର ଭାବନାକୁ କ୍ଷତି ପହଞ୍ଚାଇଛି ତେବେ ନିଃସର୍ତ୍ତ କ୍ଷମା ମାଗୁଛି ବୋଲି ଦୁବେ ଉଲ୍ଲେଖ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri