ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ ଏବେ ଘାରିଛି ଗଡ଼ରକ୍ଷା ଚିନ୍ତା। ଶେଷମୁହୂର୍ତ୍ତରେ ପାଲଲହଡ଼ା ବିଧାୟକ ମହେଶ ସାହୁଙ୍କୁ ଟିକେଟ ଦେଇ ଟ୍ରମ୍ପକାର୍ଡ ଭାବେ ବ୍ୟବହାର କରିଛି ଦଳ। ମହେଶଙ୍କୁ ଜିତାଇବା ସମ୍ମାନର ପ୍ରଶ୍ନ ହୋଇଥିବାବେଳେ ଏଥିରେ ଶାସକ ଦଳ ସମସ୍ତ ବଳ ଖଟାଇବ ବୋଲି ଚର୍ଚ୍ଚା ହେଉଛି। ସେହିପରି  ନିର୍ବାଚନରେ ୬ଥର ପ୍ରତିଦ୍ୱନ୍ଦ୍ୱିତା କରିଥିବା ଭାଜପା ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ଏଯାଏ ବିଜୟ ସ୍ବାଦ ଚାଖିନାହାନ୍ତି। ତେଣୁ ନିଜର ତଥା ଦଳର ମର୍ଯ୍ୟାଦା ରକ୍ଷା ଲାଗି ସେ ଶାସକ ଦଳ ସହ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଅନ୍ୟପଟେ ଦୀର୍ଘ ୧୫ ବର୍ଷ ପରେ ପ୍ରତ୍ୟକ୍ଷ ରାଜନୀତିକୁ ବାହୁଡ଼ିଥିବା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ମଧ୍ୟ ସୁଯୋଗ ଅପେକ୍ଷାରେ ଥିବା ଆଲୋଚନା ହେଉଛି।

ନବଗଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ମହେଶ ଏବଂ କେପିଙ୍କ ପାଇଁ ନୂଆ। ଶାସକ ଦଳର ବିଧାୟକମାନେ ମହେଶଙ୍କ ପାଇଁ ସମସ୍ତ ବଳ ଖଟାଉଛନ୍ତି। ନିଜ ନିଜର ନିର୍ବାଚନମଣ୍ଡଳୀରେ ଘର ଘର ବୁଲି ସେମାନେ ଶଙ୍ଖଚିହ୍ନରେ ଭୋଟ ଦେବାକୁ ନିବେଦନ କରୁଛନ୍ତି। ମହେଶ ଏବଂ ଦଳୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ବିଜେଡି ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି। ସେହିପରି ଢେଙ୍କାନାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରେ ପଦ୍ମ ଫୁଟାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘନଘନ ନିର୍ବାଚନୀ ସଭା କରି ପ୍ରଚାର ଚଳାଇଛନ୍ତି। ଏ କ୍ଷେତ୍ରରେ କଂଗ୍ରେସ ସାମାନ୍ୟ ପଛରେ ପଡ଼ିଯାଇଥିବା ଚର୍ଚ୍ଚା ହେଉଛି। ଉଭୟ ଜିଲାରେ କଂଗ୍ରେସ ପୁରୁଣା ପତିଆରା ହରାଇଥିବାବେଳେ କେପି ନିଜ ସମର୍ଥକ, ପୁରୁଣା ସଙ୍ଗଠକଙ୍କୁ ନେଇ ଗଁା ଗଁାରେ ବୁଲି ଭୋଟ ଭିକ୍ଷା କରୁଛନ୍ତି।

ସେପଟେ ନିର୍ବାଚନକୁ ମଝିରେ ମାତ୍ର ୩ଦିନ ବାକିଥିବାବେଳେ ସବୁ ଦଳ ମାରାଥନ ପ୍ରଚାର ଆହୁରି ତୀବ୍ର କରିଛନ୍ତି। ରାଜ୍ୟ ବିକାଶର ଗୋଲାପୀ ଚିତ୍ରକୁ ଭୋଟରଙ୍କ ଆଗରେ ଉପସ୍ଥାପନ କରି ଭୋଟରକୁ ନିଜ ସପକ୍ଷକୁ ଆଣିବାକୁ ମହେଶ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ସେହିପରି ମୋଦିଙ୍କ ବିକାଶମୂଳକ କାର୍ଯ୍ୟ, ଦେଶ ସୁରକ୍ଷା ପ୍ରସଙ୍ଗ, ରାଜ୍ୟ ସରକାରଙ୍କ ଦୁର୍ନୀତିର ଚିଠା ପଢ଼ାଇ ଜନସାଧାରଣଙ୍କ ନିକଟତର ହେବାକୁ ଚେଷ୍ଟା କରୁଛନ୍ତି ରୁଦ୍ରନାରାୟଣ। ସେହିପରି ଭାଜପା ଏବଂ ବିଜେଡି ଲୋକଙ୍କୁ ଭୁଅଁା ବୁଲାଉଥିବା କହି ଭୋଟରଙ୍କୁ ପ୍ରଭାବିତ କରିବାରେ ଲାଗିପଡ଼ିଛନ୍ତି କେପି। ଆସନ୍ତା ୨୩ ତାରିଖରେ ମତଦାନ ହେବାକୁ ଥିବାବେଳେ ଜନତା  କାହାକୁ କ୍ଷମତା ମୁକୁଟ ପିନ୍ଧାଇବେ ତାହା ଫଳାଫଳରୁ ଜଣାପଡ଼ିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଇଛନ୍ତି।

ସୂଚନାଯୋଗ୍ୟ, ଢେଙ୍କାନାଳ ଲୋକ ସଭା ଆସନରୁ ୯ଜଣ ପ୍ରାର୍ଥୀ ପ୍ରତିତ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ବହୁଜନ ସମାଜ ପାର୍ଟିରୁ ପ୍ରଦ୍ୟୁମ୍ନ କୁମାର ନାୟକ, ହିନ୍ଦୁସ୍ଥାନ ନିର୍ମାଣ ଦଳରୁ ପ୍ରିୟବ୍ରତ ଗଡନାୟକ, ଆମ୍ବେଦକର ପାର୍ଟି ଅଫ ଇଣ୍ଡିଆରୁ ବିଜୟ କୁମାର ବେହେରା, ସୋସିଆଲିଷ୍ଟ ୟୁନିଟି ସେଣ୍ଟର ଅଫ୍‌ ଇଣ୍ଡିଆରୁ ମାନସୀ ସ୍ବାଇଁ, ଭାରତୀୟ ମାନବାଧିକାର ଫେଡେରାଲ ପାର୍ଟିରୁ ରଞ୍ଜନ କୁମାର ସାହୁ, ସମତାକ୍ରାନ୍ତି ଦଳରୁ ସରୋଜ କୁମାର ଶତପଥୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri