Posted inଜାତୀୟ

ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର ଜୋର୍‌ଦାର

ନୂଆଦିଲ୍ଲୀ,୧୬ା୫: ଲୋକ ସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆସନ୍ତା ରବିବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପ୍ରଚାର ଜୋରଦାର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପୂର୍ବରୁ ଭିନ୍ନ ଭିନ୍ନ ସ୍ଥାନରେ ଏକାଧିକ ସଭା ଅନୁଷ୍ଠିତ ହୋଇଥିଲା। ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୫୯ଟି ଆସନରେ ଭୋଟଗ୍ରହଣ କରାଯିବ। ଏହିସବୁ ଆସନଗୁଡିକର ଫଳାଫଳ ନିର୍ଣ୍ଣାୟକ ଭୂମିକା ନେବାକୁ ଥିବାରୁ ପ୍ରମୁଖ ଦଳଗୁଡିକ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାର ପଲିଗଞ୍ଜରେ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେବା ସହ ଝାଡଖଣ୍ଡର ଦେଓଘର, ପଶ୍ଚିମବଙ୍ଗର ହାସନାବାଦ ଏବଂ ଡାଇମଣ୍ଡ ହାର୍ବର ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ସେହିପରି ଭାଜପା ଅଧ୍ୟକ୍ଷ ଅମିତ ଶାହା ମଧ୍ୟପ୍ରଦେଶର ଧର୍‌ ଏବଂ ଅଲିରାଜପୁରରେ, ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ଯୋଗୀ ଆଦିତ୍ୟନାଥ ଏବଂ ମନୋଜ ତିଓ୍ବାରୀ ବିଭିନ୍ନ ସଭାରେ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଞ୍ଜାବର ଫରିଦକୋଟ ଏବଂ ଲୁଧିଆନା ସଭାକୁ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ଥିବାବେଳେ ଦଳ ସାଧାରଣ ସମ୍ପାଦକ ପ୍ରିୟଙ୍ଗା ଗାନ୍ଧୀ ଭଦ୍ରା ବାରାଣସୀର ଏକ ରୋଡ ଶୋରେ ଭାଗ ନେଇଥିଲେ। ଏହାବ୍ୟତୀତ ଏସପି-ବିଏସ୍‌ପି-ଆର୍‌ଏଲ୍‌ଡି ମେଣ୍ଟ ପକ୍ଷରୁ ଉତ୍ତରପ୍ରଦେଶର ମାଉ ଓ ଦେଓରିଆ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର ସମସ୍ତ ୧୩ ଆସନ, ପଶ୍ଚିମବଙ୍ଗର ୯, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ, ହିମାଚଳପ୍ରଦେଶର ସମସ୍ତ ୪ ଆସନ, ଝାଡଖଣ୍ଡର ୩ ଏବଂ ଚଣ୍ଡିଗଡ଼ର ଏକମାତ୍ର ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ୨୩ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯିବ। ୧୯ ତାରିଖ ଶେଷ ପର୍ଯ୍ୟାୟ ମତଦାନ ଲାଗି ନିର୍ବାଚନ କମିଶନ ବୁଧବାର ପର୍ଯ୍ୟବେକ୍ଷକ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ବିବାହର ୨ ମାସ ପରେ ପ୍ରେମିକ ସହ ଫେରାର ସ୍ତ୍ରୀ: ସ୍ୱାମୀ ଓ ମଧ୍ୟସ୍ଥିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦।୧: କର୍ଣ୍ଣାଟକର ଦାବଣଗେରେ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ମାତ୍ର ଦୁଇ ମାସ ପରେ ଜଣେ ମହିଳା ନିଜ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri