Posted inଜାତୀୟ

ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର ଜୋର୍‌ଦାର

ନୂଆଦିଲ୍ଲୀ,୧୬ା୫: ଲୋକ ସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆସନ୍ତା ରବିବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପ୍ରଚାର ଜୋରଦାର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପୂର୍ବରୁ ଭିନ୍ନ ଭିନ୍ନ ସ୍ଥାନରେ ଏକାଧିକ ସଭା ଅନୁଷ୍ଠିତ ହୋଇଥିଲା। ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୫୯ଟି ଆସନରେ ଭୋଟଗ୍ରହଣ କରାଯିବ। ଏହିସବୁ ଆସନଗୁଡିକର ଫଳାଫଳ ନିର୍ଣ୍ଣାୟକ ଭୂମିକା ନେବାକୁ ଥିବାରୁ ପ୍ରମୁଖ ଦଳଗୁଡିକ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାର ପଲିଗଞ୍ଜରେ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେବା ସହ ଝାଡଖଣ୍ଡର ଦେଓଘର, ପଶ୍ଚିମବଙ୍ଗର ହାସନାବାଦ ଏବଂ ଡାଇମଣ୍ଡ ହାର୍ବର ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ସେହିପରି ଭାଜପା ଅଧ୍ୟକ୍ଷ ଅମିତ ଶାହା ମଧ୍ୟପ୍ରଦେଶର ଧର୍‌ ଏବଂ ଅଲିରାଜପୁରରେ, ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ଯୋଗୀ ଆଦିତ୍ୟନାଥ ଏବଂ ମନୋଜ ତିଓ୍ବାରୀ ବିଭିନ୍ନ ସଭାରେ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଞ୍ଜାବର ଫରିଦକୋଟ ଏବଂ ଲୁଧିଆନା ସଭାକୁ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ଥିବାବେଳେ ଦଳ ସାଧାରଣ ସମ୍ପାଦକ ପ୍ରିୟଙ୍ଗା ଗାନ୍ଧୀ ଭଦ୍ରା ବାରାଣସୀର ଏକ ରୋଡ ଶୋରେ ଭାଗ ନେଇଥିଲେ। ଏହାବ୍ୟତୀତ ଏସପି-ବିଏସ୍‌ପି-ଆର୍‌ଏଲ୍‌ଡି ମେଣ୍ଟ ପକ୍ଷରୁ ଉତ୍ତରପ୍ରଦେଶର ମାଉ ଓ ଦେଓରିଆ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର ସମସ୍ତ ୧୩ ଆସନ, ପଶ୍ଚିମବଙ୍ଗର ୯, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ, ହିମାଚଳପ୍ରଦେଶର ସମସ୍ତ ୪ ଆସନ, ଝାଡଖଣ୍ଡର ୩ ଏବଂ ଚଣ୍ଡିଗଡ଼ର ଏକମାତ୍ର ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ୨୩ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯିବ। ୧୯ ତାରିଖ ଶେଷ ପର୍ଯ୍ୟାୟ ମତଦାନ ଲାଗି ନିର୍ବାଚନ କମିଶନ ବୁଧବାର ପର୍ଯ୍ୟବେକ୍ଷକ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri