Posted inଖେଳ

ଶେଷ ୩୦ ବଲରେ ମାତ୍ର ୪୦ ରନ୍‌:ଧୋନୀ, ଯାଦବଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ଖେଳାଳି

ବର୍ମିଂହାମ, ୧।୭:୨୦୧୯ ଆଇସିସି ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ଯଦିଓ ଏହି ପରାଜୟ ଦଳ ପାଇଁ ବେଶୀ କିଛି ପ୍ରଭାବ ପକାଇ ନାହିଁ ତଥାପି ଶେଷ ଓଭର ଆଡକୁ ଭାରତୀୟ ଦଳର ସ୍ଲୋ ବ୍ୟାଟିଂକୁ ପୂର୍ବତନ ଖେଳିମାନେ ନାପସନ୍ଦ କରିଛନ୍ତି। ୩୩୮ ରନର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟର ପିଛା କରିଥିବା ଭାରତୀୟ ଦଳକୁ ଶେଷ ୫ ଓଭରରେ ୭୧ ରନ ଆବଶ୍ୟକ ଥିବାବେଳେ ହାତରେ ୫ଟି ଓ୍ବିକେଟ ଥିଲା। କ୍ରିଜ୍‌ରେ ଥିଲେ ମହେନ୍ଦ୍ର ସିଂ ଧୋନୀ ଏବଂ କେଦାର ଯାଦବ। ଉଭୟ କୌଣସି ରିକ୍ସ ନ ଉଠାଇ ବଡ ସର୍ଟ ନ ଖେଳି ଏକ, ଦୁଇ ରନ୍‌ ନେଇ କାମ ଚଳାଇଥିଲେ। ଫଳରେ ଭାରତୀୟ ଦଳ ଶେଷ ୩୦ଟି ବଲରେ ମାତ୍ର ୪୦ ରନ କରିବାକୁ ସମର୍ଥ ହୋଇଥିଲା। ଏଥିରେ ୭ଟି ଡଟ୍‌ ବଲ୍‌, ୨୦ ସିଙ୍ଗଲ୍‌, ୩ଟି ଚୌକା ଏବଂ ଗୋଟିଏ ଛକା ସାମିଲ ଥିଲା। ଯାଦବ ଏବଂ ଧୋନୀଙ୍କ ଧିମା ଇନିଂଶକୁ ସମାଲୋଚନ କରିଛନ୍ତି କ୍ରିକେଟ ଭାଷ୍ୟକାର ହର୍ଷ ଭୋଗଲେ। ସେ କହିଛନ୍ତି, ଭାରତୀୟ ଦଳ ଶେଷଆଡକୁ ନିରାଶାଜନକ ଖେଳିଲା। ସ୍ଲଗ ଓଭରରେ ଗୋଟିଏ ବଲରେ ଗୋଟିଏ ରନ୍‌ କଲେ ଦଳ ଜିତିପାରିବନି ବୋଲି ସେ ମତ ଦେଇଛନ୍ତି। ସେହିପରି ପୂର୍ବତନ ଭାରତୀୟ ଖେଳାଳି ସଞ୍ଜୟ ମଞ୍ଜ୍ରେକର କହିଛନ୍ତି, ଶେଷ ଓଭର ଆଡକୁ ଧୋନୀ ସିଙ୍ଗ୍‌ଲ ନେବା ଆଶ୍ଚର୍ଯ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri