ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି ୧୧,୭୪୧.୬୫ରେ ବନ୍ଦ ହୋଇଛି। ଶୁକ୍ରବାର ସେନସେକ୍ସ୍‌ ୪୦,୭୨୩. ୪୯ ଏବଂ ନିଫ୍ଟି ୧୧,୯୬୨.୧୦ ସ୍ତରରେ ବନ୍ଦ ହୋଇଥିଲା। ସୂଚନାଯୋଗ୍ୟ, ଚଳିତ ଥର ବଜେଟକୁ ମିଶାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉପସ୍ଥାପନ କରାଯାଇଥିବା ୭ଥର ବଜେଟରେ ୫ ଥର ଶେୟାର ବଜାରରେ ସଙ୍କଟ ଦେଖାଦେଇଛି। ପୂର୍ବରୁ ୨୦୧୪ ଜୁଲାଇ ୧୦, ୨୦୧୬ ଫେବୃୟାରୀ ୨୯, ୨୦୧୮ ଫେବୃୟାରୀ ୧ ଏବଂ ୨୦୧୯ ଜୁଲାଇ ୫ରେ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ଏଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ପୁଣି ଥରେ ଏହାର ପୁନରାବୃତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri