ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ ଶୁକ୍ରବାର ବେଦ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳ ତଥା ମନ୍ଦିର ପରିଚାଳନା କମିଟି ସଭାପତି ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ରୀତିନୀତିକୁ ଶୃଙ୍ଖଳିତ କରିବା ସହ ନୀତି ନିର୍ଘଣ୍ଟ ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିବାକୁ ସେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାରମ୍ଭରେ ମନ୍ଦିର ପରିଚାଳନା କମିଟି ସମ୍ପାଦକ ହେମନ୍ତ କୁମାର ଦାସ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ରଥଯାତ୍ରା ବେଳେ ଯାନବାହନ ଚଳାଚଳ ନିୟନ୍ତ୍ରଣ ସହ ସୁରକ୍ଷା ପାଇଁ ଆବଶ୍ୟକ ପୋଲିସ ମୁତୟନ କରିବାକୁ ଆରକ୍ଷୀ ଅଧୀକ୍ଷକଙ୍କୁ ଅନୁରୋଧ କରାଯାଇଥିଲା। ଜାତୀୟ ରାଜପଥ ଉଭୟ ପାର୍ଶ୍ୱ ମରାମତି, ଅସ୍ଥାୟୀ ଦୋକାନ ସ୍ଥାନାନ୍ତର ରଥଯାତ୍ରା ପୂର୍ବରୁ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ, ପାଣି ସିଞ୍ଚନ, ଆଲୋକ ବ୍ୟବସ୍ଥା ତଥା ସହରକୁ ପରିସ୍କାର ପରିଛନ୍ନ ରଖିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ରଥଟଣା କାର୍ଯ୍ୟକୁ ଶୃଙ୍ଖଳିତ କରିବାକୁ ଅତିରିକ୍ତ ଜିଲାପାଳ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ପୂର୍ବାହ୍ନ ୯ ଘଟିକାରେ ପହଣ୍ଡି, ମଧ୍ୟାହ୍ନ ୧୨ଟାରୁ ୧ଟା ମଧ୍ୟରେ ଛେରା ପହଁରା ଓ ଅପରାହ୍ନ ୨ଟା ୩୦ରୁ ରଥଟଣା କାର୍ଯ୍ୟ ଶୁଭାରମ୍ଭ ହେବ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ବୈତୁରା ଦୀପ୍‌, ଅନୁଗୋଳ ଥାନା ଭାରପ୍ରାପ୍ତ ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପସଭାପତି ଭବାନୀପ୍ରସାଦ ମିଶ୍ର, ସଦସ୍ୟ ପରମାନନ୍ଦ ମିଶ୍ର, ଆନନ୍ଦ ଚନ୍ଦ୍ର ମହାପାତ୍ରଙ୍କ ସମେତ ଅନ୍ୟ ସଦସ୍ୟ ତଥା ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri