ଶୋଇଥିବାବେଳେ ମାଡ଼ିଗଲା ବୋଲେରୋ, ମହିଳା ମୃତ

ତାଳଚେର, ୨୧ା୪(ନି.ପ୍ର.)- ଘର ବାହାରେ ଶୋଇଥିବାବେଳେ ଏକ ବୋଲେରୋ ମାଡ଼ିଯିବାରୁ ତାଳଚେର ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡର ମଲ୍ଲୀ ଦାସ(୬୨)ଙ୍କ ମୃତ୍ୟୁ ଘଟିଛି। ଗରମ ହେବାରୁ ସୋମବାର ରାତିରେ ମଲ୍ଲୀ ଘର ପାଖ ଏକ ପକ୍କା ଚଟାଣରେ ଶୋଇଥିଲେ। ରାତି ପ୍ରାୟ ସାଢେ ୧୦ଟା ବେଳେ ଏକ ବୋଲେରୋ(ନଂ. ଓଡି ୩୫ ଟି ୯୨୭୮) ଦ୍ରୁତ ଗତିରେ ଆସି ପ୍ରଥମେ ଏକ କୁକୁରକୁ ଧକ୍କା ଦେଇଥିଲା। ପରେ ସିଂହ ସାହି ଭିତରେ ପଶି ଅରାଚଣ୍ଡୀ ମନ୍ଦିର ନିକଟ ଦେଇ ଯିବା ସହ ମଲ୍ଲୀଙ୍କ ଉପରେ ମାଡ଼ି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଉପଖଣ୍ଡ ଡାକ୍ତରଖାନା ଓ ପରେ ଅନୁଗୋଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ବୋଲେରୋରେ ୩ ଜଣ ଯୁବକ ଥିବା ଜଣାପଡିଛି। ତାଳଚେର ପୋଲିସ ଗାଡି ସହ ଜଣେ ଯୁବକକୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri