ଶୋଇଥିବା ଅବସ୍ଥାରେ ଭୁଶୁଡ଼ିଲା ଝିକର ଛପରଘର: ଜଣେ ଗୁରୁତର

ଦିଗପହଣ୍ଡି,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ବାରିତଳା ଗ୍ରାମର ସନ୍ତୋଷ ଗୌଡଙ୍କ ଝିକର ଛପରଘର ରବିବାର ଭୋର ସମୟରେ ଭୁଶୁଡିପଡ଼ିଛି। ଏହା ତାଙ୍କ ସ୍ତ୍ରୀ ସୁଜାତାଙ୍କ ଉପରେ ପଡ଼ିବା ଯୋଗୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଭୋରୁ ହଠାତ୍‌ ଛପର ଭାଙ୍ଗି ସୁଜାତାଙ୍କ ଉପରେ ପଡ଼ିଯିବାରୁ ସେ ଗୁରୁତର ହୋଇଥିଲେ। ତେବେ ପାଖରେ ଶୋଇଥିବା ଝିଅ ଓ ସନ୍ତୋଷ ଅଳ୍ପକେ ବର୍ତ୍ତିଯାଇଥିଲେ। ସନ୍ତୋଷ ପଡୋଶୀଙ୍କ ସହାହତାରେ ତାଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲେ। ତେବେ ଖମାରୀ ଗାଁ ପଞ୍ଚାୟତ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଘଟଣାସ୍ଥଳରେ ପହଞ୍ଚି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଜଣାଇଥିଲେ। ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ରାଜସ୍ବ ନିରୀକ୍ଷକ ସନ୍ତୋଷଙ୍କ ଘରେ ପହଞ୍ଚି ସବିଶେଷ ତଦନ୍ତ ରିପୋର୍ଟ ପ୍ରଦାନ କରିଥିବା ଜଣାପଡିଛି। ଗରିବ ଅସହାୟ ସନ୍ତୋଷଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସରପଞ୍ଚ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ବିଧବା ମହିଳାଙ୍କୁ ଚାପିଦେଲା ଅଜଣା ଗାଡ଼ି, କ୍ଷତିପୂରଣ ଦାବି କରି…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି।...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri