Posted inରାଜ୍ୟ

ଶୋଭାଯାତ୍ରାରେ ସୀମିତ ଲୋକକଳା ଉତ୍ସବ

ଜଗତ୍‌ସିଂହପୁର ଅଫିସ,୧୫ା୬: ଲୋକ କଳା ଓ ଲୋକ ସଙ୍ଗୀତକୁ ପୁନର୍ଜୀବିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଜୁନ ୧୪ରେ ଲୋକକଳା ଉତ୍ସବ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାୟୀ ଚଳିତବର୍ଷ ପ୍ରଥମ କରି ଜିଲାସ୍ତରୀୟ ଲୋକ କଳା ଉତ୍ସବ ପାଳିତ ହୋଇଛି। କିନ୍ତୁ ଦୁଃଖର କଥା ହେଲା ଏହା ଉପରଠାଉରିଆ ହୋଇଛି। କେବଳ ଏକ ଶୋଭାଯାତ୍ରାରେ ଉତ୍ସବ ସୀମିତ ରହିବା ସାଧାରଣରେ ଆଲୋଚନାର ବିଷୟ ହୋଇଛି।
ଆଧୁନିକତାର ଛାପରେ ଲୋକକଳା ଓ ଲୋକ ସଙ୍ଗୀତ ତାର ସତ୍ତା ହଜାଇବାକୁ ବସିଲାଣି। ଏହା ଉପରେ ନିର୍ଭରଶୀଳ କଳାକାରମାନେ ଜୀବିକା ହରାଇ ଦୟନୀୟ ଜୀବନ ବିତାଉଛନ୍ତି। ଦିନ ଥିଲା ଲୋକକଳା ଓ ଲୋକ ସଙ୍ଗୀତ ଲୋକଙ୍କ ମଧ୍ୟରେ ଭାଇଚାରା ସୃଷ୍ଟି କରୁଥିଲା। ପରସ୍ପର ମଧ୍ୟରେ ଦୂରତ୍ୱ କମାଉଥିଲା। କିନ୍ତୁ ଆଧୁନିକ ସମାଜରେ ଏହା ଗୁରୁତର ଭାବେ ପ୍ରଭାବିତ ହୋଇଛି। ତେଣୁ ସମାଜରେ ସମ୍ପର୍କର ସେତୁ ସୃଷ୍ଟି କରୁଥିବା ଏହି ଲୋକକଳା, ଲୋକ ସଙ୍ଗୀତକୁ ପୁନର୍ଜୀବିତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ କରିଛନ୍ତି। ଉଦ୍ଦେଶ୍ୟ ହେଲା ଜିଲାସ୍ତରରେ ଉତ୍ସବ ପାଳନ କରି କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା। ଉତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ସମିତି ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ବ୍ୟୟ କରିପାରିବ ବୋଲି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ରାଶିରେ ଶୋଭାଯାତ୍ରା ସହ ଜିଲାସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା କଥା। କିନ୍ତୁ ଶୁକ୍ରବାର ଜିଲାସ୍ତରୀୟ ଲୋକକଳା ଉତ୍ସବ କେବଳ ଶୋଭାଯାତ୍ରାରେ ସରିଯାଇଛି। ହାତ ଗଣତି ସଂକୀର୍ତ୍ତନ ଦଳ, ଘୋଡା ନାଚ ଦଳ, ପାଲା ଦଳ ଓ କାଠି ଲଉଡି ଦଳକୁ ନେଇ ଯେଭଳି ଶୋଭାଯାତ୍ରା କରାଗଲା, ତାହା ପ୍ରଭାବଶୂନ୍ୟ
ମନେ ହେଉଛି। ଏହି ଶୋଭାଯାତ୍ରା ସ୍ଥାନୀୟ କଲେଜ ଛକ ନିକଟରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପଡ଼ିଆ ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାକୁ ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ ପତାକା ହଲାଇ ଶୁଭାରମ୍ଭ କରିଥିଲେ। ଏଥିରେ ଜିଲା ସଂସ୍କୃତି ଅଧିକାରୀ ରଞ୍ଜନ ଦାସ, ଭୂଅର୍ଜନ ଅଧିକାରୀ ବିବୁଧ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ପରେ ଯିଏ ଯୁଆଡେ ଚାଲି ଯାଇଥିଲେ। ଏ ବାବଦରେ ବହୁ କମ ଟଙ୍କା ଖର୍ଚ୍ଚ ହୋଇଛି। ଏଠାରେ ପ୍ରଶ୍ନ ଉଠୁଛି ସରକାର ଯଦି ୨୫ ହଜାର ଟଙ୍କା ଖର୍ଚ୍ଚ କରିବାକୁ ଅନୁମତି ଦେଇଛନ୍ତି, ତେବେ ଜିଲା ସଂସ୍କୃତି ସମିତି କାହିଁକି ଉପରଠାଉରିଆ ଭାବେ ଉତ୍ସବ ପାଳନ କଲା। ଏ ସମ୍ପର୍କରେ ଜିଲା ସଂସ୍କୃତି ଅଧିକାରୀ ଦାସଙ୍କୁ ପଚାରିବାରୁ ସେ କହିଲେ ଗତ ୭/୮ ତାରିଖରେ ଉତ୍ସବ ପାଳନ ପାଇଁ ବିଭାଗରୁ ଚିଠି ଆସିଥିଲା। ବିଳମ୍ବରେ ଚିଠି ଆସିବାରୁ ଏତେ କମ ସମୟ ମଧ୍ୟରେ ବଡ଼ ଆୟୋଜନ କରିବା ସମ୍ଭବ ହେଲାନି। ତଥାପି ଶୋଭାଯାତ୍ରାରେ ପାଖାପାଖି ୯୦ ଲୋକ ଉପସ୍ଥିତ ରହିବେ ବୋଲି ଆଶା କରାଯାଉଥିବା ବେଳେ ୭୦ ଜଣ ଥିଲେ। ସେ ଏକାଧିକ ବିଭାଗ ଦାୟିତ୍ୱରେ ଥିବାରୁ ସବୁ କାମ ଠିକ ଭାବେ କରିବା ସହଜ ହେଉନି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri