ଶୌଚାଳୟରେ ପାଣି ନ ଥିବାରୁ ଡାକ୍ତରଙ୍କୁ ଘେରିଲେ

ଭଞ୍ଜନଗର,୭।୭(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଦାୟିତ୍ୱରେ ରହୁଥିବା କେତେଜଣ କର୍ମଚାରୀଙ୍କ ଦାୟିତ୍ୱହୀନତାରୁ ଲୋକେ ସୁଫଳ ପାଇପାରୁନାହାନ୍ତି। ରବିବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା। ଶୌଚାଳୟରେ ପାଣି ନ ଥିବାରୁ କେତେଜଣ ରୋଗୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି କେତେଜଣ ପିଇବା ପାଇଁ ପାଖରେ ରଖିଥିବା ଫୁଟାପାଣି ଧରି ପାଇଖାନାକୁ ଯାଇଥିବା ଦେଖାଯାଇଥିଲା। ପାଣି ସମସ୍ୟା ନେଇ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଦାୟିତ୍ୱରେ ଥିତ୍ବା ଡାକ୍ତରଙ୍କୁ ଘେରି ଯାଇଥିଲେ। ଡାକ୍ତର ଆବଶ୍ୟକ ପଦକ୍ଷେପ ନେବାପାଇଁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷରେ ମହିଳାମାନଙ୍କ ପାଇଁ ମେଡ଼ିସିନ ୱାର୍ଡ଼ରେ ଥିବା ଶୌଚାଳୟରେ ତାଲା ପଡ଼ିଛି। ମହିଳାମାନେ ବାଧ୍ୟ ହୋଇ ବିଭିନ୍ନ ସମୟରେ ପୁରୁଷ ଶୌଚାଳୟକୁ ଯାଉଛନ୍ତି। ପୁରୁଷ ଶୌଚାଳୟରେ ଟ୍ୟାପରେ ପାଣି ଆସୁନାହିଁ । ସେହିପରି ଡାକ୍ତରଖାନା ପରିସରରେ ଥିବା ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ଠିକ୍‌ ଭାବେ ପରିଚାଳିତ ହେଉନି। ଏଣେତେଣେ ମଇଳା ପଡ଼ି ରହୁଛି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି ।
(((((ଫଟୋ))) ୭ସି-ମେଡ଼ିସିନ ୱାର୍ଡ଼ ମହିଳା ଶୌଚାଳୟରେ ତାଲା ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?