ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ।
ପ୍ରକାଶ ଯେ, ମୁରାରୀପୁର ଗ୍ରାମର ଶତାୟୁ ମହିଳା ମଢି ରାଉତଙ୍କର ରବିବାର ସକାଳୁ ପରଲୋକ ହୋଇଯାଇଛି। ପୁରୁଷ ପୁରୁଷ ଧରି ଗ୍ରାମବାସୀ ନିକଟସ୍ଥ ପଥରଦ୍ୱାର ଗ୍ରାମ ଶ୍ମଶାନରେ ଶବ ସଂସ୍କାର କରିଥାନ୍ତି। ମଢିଙ୍କ ମୃତ୍ୟୁ ପରେ ଶବ ସଂସ୍କାର ପାଇଁ ପରିବାର ବର୍ଗ ଉକ୍ତ ଶ୍ମଶାନକୁ ନେଇଥିଲେ। ହେଲେ ପଥରଦ୍ୱାର ଗ୍ରାମର କେତେକ ବ୍ୟକ୍ତି ସେମାନଙ୍କୁ ବାରଣ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ସରପଞ୍ଚ ପଥରଦ୍ୱାର ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରି ନ ଥିଲା। ଫଳରେ ମୁରାରୀପୁର ଗ୍ରାମର ଶତାଧିକ ମହିଳାପୁରୁଷ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତା ବେଣାଗାଡିଆ ସେତୁ ଉପରେ ମୃତଦେହ ରଖି ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଖବର ପାଇ ଖଣ୍ଡପଡ଼ା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ ଆନ୍ଦୋଳନକାରୀ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଗ୍ରାମବାସୀ ଏ ସମ୍ପର୍କରେ ପଞ୍ଚାୟତ କର୍ତ୍ତୃପକ୍ଷ ଓ ସ୍ଥାନୀୟ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଅପରାହ୍ନ ୨ଟାରୁ ଆନ୍ଦୋଳକାରୀ ଆନ୍ଦୋଳନ ଚାଲୁ ରଖିଥିବାରୁ ଯାନବାହନ ଚଳାଚଳରେ ସମସ୍ୟା ସୃଷ୍ଟି ହୋଇଛି ା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି। ସନ୍ଧ୍ୟାରେ ଖଣ୍ଡପଡ଼ା ତହସିଲଦାର ପାର୍ଥସାରଥି ହାଁସଦା, ଏସ୍‌ଡିପିଓ ଶ୍ରୀନିବାସ ମହାନ୍ତି, ଆଇଆଇସି ବିମଳ କୁମାର ମଲ୍ଲିକ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ମୁରାରୀପୁର ଗ୍ରାମକୁ ଯାଇ ଗ୍ରାମ ସଭାପତି ଓ ମୁଖିଆ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ଶ୍ମଶାନ ଜାଗାକୁ ନେଇ ଦେଖାଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ନିମନ୍ତେ ତହସିଲ ପ୍ରଶାସନ ପକ୍ଷରୁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଆନ୍ଦୋଳନରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri