ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ ବି ସମାଧିକୁ ଖୋଳି ନ ଥିବା ଜଣାପଡ଼ିଛି। କୌଣସି ଅଭିଯୋଗ ନ ଥିବାରୁ ପୋଲିସ ନିଜ ଆଡୁ କିଛି ପଦକ୍ଷେପ ନେଇନାହିଁ। ଶନିବାର ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ସମାଧି ଖୋଳାଯିବ ବୋଲି ଥାନାଧିକାରୀ ରଜନୀକାନ୍ତ ସାମଲ କହିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଗତ ୪ ତାରିଖ ରାତି ପ୍ରାୟ୧୧ଟା ବେଳେ ୪-୫ଜଣ ଲୋକ ମଶାଣୀକୁ ସଂଯୋଗ ରାସ୍ତା ପାର୍ଶ୍ୱରେ ଏକ ବସ୍ତାରେ କିଛି ପୁରାଇ ପୋତି ଦେଇଥିଲେ। ଏହାପରେ ସେହି ସ୍ଥାନରେ ନଡ଼ିଆ ଗଛ ଗଣ୍ଡିଗୁଡ଼ିକୁ ପକାଇ ଦେଇଥିଲେ। ଏହାକୁ ଶ୍ମଶାନର ରାତ୍ର ଜଗୁଆଳି ମୃତ୍ୟୁଞ୍ଜୟ ମଣ୍ଡଳ ଓ ତାଙ୍କ ସ୍ତ୍ରୀ ମାନସୀ ମଣ୍ଡଳ ଦେଖିଥିଲେ ବି ସେମାନଙ୍କୁ କିଛି କହି ନ ଥିଲେ। ତେବେ ସେମାନେ ଏ ସମ୍ପର୍କରେ ବଙ୍ଗାଳିପଡ଼ା ବସ୍ତିର କେତେଜଣଙ୍କୁ କହିବା ପରେ କଥା ପ୍ରଘଟ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଯାଞ୍ଚ କରିଫେରିଛି। ତେବେ ମାଟି ତଳେ କ’ଣ ପୋତା ଯାଇଛି, ତାକୁ ନେଇ ବେଶ୍ ଚର୍ଚ୍ଚା ଲାଗିରହିଛି।
Posted inଆମ ଜିଲା ଖବର, ଜଗତ୍ସିଂହପୁର View All
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


