ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ ବି ସମାଧିକୁ ଖୋଳି ନ ଥିବା ଜଣାପଡ଼ିଛି। କୌଣସି ଅଭିଯୋଗ ନ ଥିବାରୁ ପୋଲିସ ନିଜ ଆଡୁ କିଛି ପଦକ୍ଷେପ ନେଇନାହିଁ। ଶନିବାର ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ସମାଧି ଖୋଳାଯିବ ବୋଲି ଥାନାଧିକାରୀ ରଜନୀକାନ୍ତ ସାମଲ କହିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଗତ ୪ ତାରିଖ ରାତି ପ୍ରାୟ୧୧ଟା ବେଳେ ୪-୫ଜଣ ଲୋକ ମଶାଣୀକୁ ସଂଯୋଗ ରାସ୍ତା ପାର୍ଶ୍ୱରେ ଏକ ବସ୍ତାରେ କିଛି ପୁରାଇ ପୋତି ଦେଇଥିଲେ। ଏହାପରେ ସେହି ସ୍ଥାନରେ ନଡ଼ିଆ ଗଛ ଗଣ୍ଡିଗୁଡ଼ିକୁ ପକାଇ ଦେଇଥିଲେ। ଏହାକୁ ଶ୍ମଶାନର ରାତ୍ର ଜଗୁଆଳି ମୃତ୍ୟୁଞ୍ଜୟ ମଣ୍ଡଳ ଓ ତାଙ୍କ ସ୍ତ୍ରୀ ମାନସୀ ମଣ୍ଡଳ ଦେଖିଥିଲେ ବି ସେମାନଙ୍କୁ କିଛି କହି ନ ଥିଲେ। ତେବେ ସେମାନେ ଏ ସମ୍ପର୍କରେ ବଙ୍ଗାଳିପଡ଼ା ବସ୍ତିର କେତେଜଣଙ୍କୁ କହିବା ପରେ କଥା ପ୍ରଘଟ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଯାଞ୍ଚ କରିଫେରିଛି। ତେବେ ମାଟି ତଳେ କ’ଣ ପୋତା ଯାଇଛି, ତାକୁ ନେଇ ବେଶ୍ ଚର୍ଚ୍ଚା ଲାଗିରହିଛି।
Posted inଆମ ଜିଲା ଖବର, ଜଗତ୍ସିଂହପୁର View All
୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର
ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…
ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ
ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
Archives

