ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ

ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି। ବିଜୟୀ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଲକ୍ଷ୍ମୀକାନ୍ତ ପାତ୍ରଙ୍କୁ ୧୮୭ ଖଣ୍ଡରେ ପରାସ୍ତ କରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ବିଷ୍ଣୁପଦ ସୁର ୫ଖଣ୍ଡ ଭୋଟ ପାଇ ଅମାନତ ହରାଇଛନ୍ତି। ବିଜୟୀ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ୧୬୪୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ଓ ଭାଜପା ସମର୍ଥିତ ପ୍ରାର୍ଥୀ ଲକ୍ଷ୍ମୀକାନ୍ତ ପାତ୍ର ୧୪୬୨ ଭୋଟ ପାଇଛନ୍ତି। ସମୁଦାୟ ୩୧୨୮ ପୋଲିଂ ହୋଇଛି। ୧୨ ଖଣ୍ଡ ବାଲାଟ ପେପର ନାକଚ ହୋଇଥିବା ନିର୍ବାଚନ ଅଧିକାରୀ ଦିପ୍ତିରଞ୍ଜନ ସେଠୀ ସୂଚନା ଦେଇଛନ୍ତି। ବିଜୟୀ ସରପଞ୍ଚ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକାଶ ଧାରା ଓ ବିଧାୟକ ଅନନ୍ତ ଦାସଙ୍କ ଦୃଢ଼ ନେତୃତ୍ୱକୁ ଶ୍ରେୟ ଦେଇଛନ୍ତି। ଅପରପକ୍ଷରେ ସ୍ବାଧୀନ ପ୍ରାର୍ଥୀ ଲକ୍ଷ୍ମୀକାନ୍ତ ପାତ୍ର ଜନମତକୁ ସମ୍ମାନ ଦେବା ସହିତ ୧୨ ନମ୍ବର ଓ ୧୪ ନମ୍ବର ଭୋଟକେନ୍ଦ୍ର ରିଗିଂ ହୋଇଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri