Posted inଜାତୀୟ

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା

କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା ଗୁମ୍ପାର ସ୍ବର୍ଣ୍ଣିମ ଦର୍ଶନ କରିପାରିବେ। ମା’ବୈଷ୍ଣୋଦେବୀଙ୍କ ଶ୍ରାଇନ ବୋର୍ଡ ଦ୍ୱାରା ମା’ଙ୍କ ପ୍ରାଚୀନ ଗୁମ୍ଫାର ପ୍ରବେଶ ଦ୍ୱାରକୁ ସୁନାରେ ତିଆରି କରାଯାଇଛି। ୨୯ ସେପ୍ଟେମ୍ବର ପୂର୍ବରୁ ନବରାତ୍ରରେ ଏହି ଦ୍ୱାରର ଦର୍ଶନ କରିପାରିବେ ଭକ୍ତ। ଦ୍ୱାର ତିଆରି ପାଇଁ ୧୦କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଏହାକୁ ୬୫ ଦିନରେ ନିର୍ମାଣ କରାଯାଇଥିବା ଜଣାପଡ଼ିଛି। ଏହି ସ୍ବର୍ଣ୍ଣ ଦ୍ୱାର ୧୬ ଫୁଟ ଚଉଡ଼ା ଓ ୨୫ ଫୁଟ ଉଚ୍ଚତା ରହିଛି। ଏଥିରେ ହଜାରେ କି.ଗ୍ରା. ରୁପା, ହଜାରେ କି.ଗ୍ରା. ତମ୍ବା ଓ ୧୦ କି.ଗ୍ରା.ସୁନା ବ୍ୟବହାର କରାଯାଇଛି। କେବଳ ସେତିକି ନୁହେଁ, ଏହାର ମୁଖ୍ୟ ଦ୍ୱାରରେ ୨୫ କି.ଗ୍ରା.ର ସୁନା ଓ ରୁପାର ଘଣ୍ଟି ଲାଗିଛି। ଅନ୍ୟାନ୍ୟ ଖର୍ଚ୍ଚ ଭକ୍ତମାନେ ଦାନ କରିବା ଅର୍ଥରୁ ଖର୍ଚ୍ଚ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri