ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି ପାଇବେ। କିନ୍ତୁ ସେମାନେ ସମ୍ପୃକ୍ତ ରାଜ୍ୟ ବାହାରକୁ ଯାଇପାରିବେ ନାହିଁ। ଲକ୍‌ଡାଉନ ଶେଷ ନ ହେବା ପର୍ଯ୍ୟନ୍ତ ଶ୍ରମିକମାନଙ୍କ ଆନ୍ତଃ ରାଜ୍ୟ ଯାତାୟାତକୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ସ୍ବରାଷ୍ଟ୍ର ସଚିବ ଅଜୟ ଭାଲା ସ୍ପଷ୍ଟ କରିଦେଇଛନ୍ତି।
ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି, କରୋନା ସଂକ୍ରମଣ ଭୟ ଥିବାରୁ ଶିଳ୍ପସଂସ୍ଥା, କୃଷି, ନିର୍ମାଣ ଓ ଅନ୍ୟ ସେକ୍ଟରଗୁଡ଼ିକରେ ନିଯୁକ୍ତ ଥିବା ଶ୍ରମିକମାନେ ସରକାରୀ ରିଲିଫ୍‌ କେନ୍ଦ୍ର ଓ ଆଶ୍ରୟସ୍ଥଳରେ ରହିବେ ଏବଂ ସେଠାରୁ କାର୍ଯ୍ୟସ୍ଥଳକୁ ଯାଇପାରିବେ। ସଂଶୋଧିତ ମାର୍ଗଦର୍ଶିକା ଅନୁଯାୟୀ ୨୦ ତାରିଖରୁ ନିଷିଦ୍ଧାଞ୍ଚଳ ବାହାରେ କେତେକ କାର୍ଯ୍ୟ ପାଇଁ ଅନୁମତି ମିଳିଥିବାବେଳେ ଏହି ଶ୍ରମିକମାନେ ଶିଳ୍ପ, ନିର୍ମାଣ, କୃଷି ଓ ଏମ୍‌ଏନ୍‌ଆର୍‌ଇଜିଏ କାର୍ଯ୍ୟରେ ନିୟୋଜିତ ହୋଇପାରିବେ। ରାଜ୍ୟ ଭିତରେ ଯିବାଆସିବା ଲାଗି ଶ୍ରମିକମାନଙ୍କୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ନିକଟରେ ପଞ୍ଜୀକୃତ କରାଇବାକୁ ପଡ଼ିବ। ଏଥିସହିତ ସେମାନେ କେଉଁ କାର୍ଯ୍ୟ ପାଇଁ ଉପଯୁକ୍ତ ତାହାର ଦକ୍ଷତା ପରୀକ୍ଷା କରାଯିବ।
କୌଣସି ସ୍ଥିତିରେ ମଧ୍ୟ ଶ୍ରମିକମାନଙ୍କୁ ସମ୍ପୃକ୍ତ ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳ ବାହାରକୁ ଯିବା ଲାଗି ଅନୁମତି ମିଳିବ ନାହିଁ। ରାଜ୍ୟ ଭିତରେ ବସ୍‌ରେ ଯାତାୟାତ ବେଳେ ସେମାନଙ୍କୁ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପଡ଼ିବ। ସମ୍ପୃକ୍ତ ବସ୍‌ଗୁଡ଼ିକୁ ସାନିଟାଇଜ୍‌ କରାଯିବ। ଯାତ୍ରା ସମୟରେ ସ୍ଥାନୀୟ କର୍ତ୍ତୃପକ୍ଷ ଶ୍ରମିକଙ୍କ ପାଇଁ ଖାଦ୍ୟ ଓ ପାନୀୟ ଜଳର ବ୍ୟବସ୍ଥା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri