Posted inଜାତୀୟ

ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟଗୁଡ଼ିକର ସହଯୋଗ ଲୋଡ଼ିଛନ୍ତି। ମେ’ ୧ରୁ ବର୍ତ୍ତମାନ ସୁଦ୍ଧା ମୋଟ ୩୫୦ ଟ୍ରେନ୍‌ରେ ୩.୫ ଲକ୍ଷ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ଅଣାଗଲାଣି। ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳକୁ ନେଇ ପଶ୍ଚିମବଙ୍ଗ ସରକାର ଓ କେନ୍ଦ୍ର ମଧ୍ୟରେ ମୁହଁାମୁହିଁ ହେବା ପରେ କ୍ୟାବିନେଟ ସଚିବ ଏକ ଭିଡିଓ କନ୍‌ଫରେନ୍ସ ଜରିଆରେ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ସଚିବମାନଙ୍କୁ ଉପରୋକ୍ତ ଅନୁରୋଧ କରିଛନ୍ତି। ସେହିପରି ବିଦେଶରେ ଅଟକିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି ସରକାରଙ୍କ ପକ୍ଷରୁ ‘ବନ୍ଦେ ଭାରତ ମିଶନ’ ଆରମ୍ଭ ହୋଇଛି। ଏଥିରେ ମଧ୍ୟ ରାଜ୍ୟଗୁଡ଼ିକର ସହଯୋଗ ଆବଶ୍ୟକ ବୋଲି ଗୌବା କହିଛନ୍ତି। ଡାକ୍ତର, ନର୍ସ ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ଯାତାୟାତରେ କୌଣସି ବାଧା ରହିବା ଉଚିତ୍‌ ନୁହେଁ। ଏହି କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିବା ସହ ସୁରକ୍ଷା ଯୋଗାଇଦେବା ଦିଗରେ ସମସ୍ତ ପଦକ୍ଷେପ ନିଆଯିବା ଆବଶ୍ୟକ। ଭିଡିଓ କନ୍‌ଫରେନ୍ସରେ ମୁଖ୍ୟ ସଚିବମାନେ ସେମାନଙ୍କ ରାଜ୍ୟର କୋଭିଡ୍‌-୧୯ ସ୍ଥିତି ଓ ଅର୍ଥନୈତିକ କାର୍ଯ୍ୟ ସମ୍ପର୍କରେ କ୍ୟାବିନେଟ ସଚିବଙ୍କୁ ଅବଗତ କରାଇଥିଲେ।
ସେହିପରି ଅଟକିଥିବା ଶ୍ରମିକମାନଙ୍କୁ ଫେରାଇନେବା ଲାଗି ଆଗାମୀ ୩/୪ ଦିନ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ଏଥିପାଇଁ ରାଜ୍ୟଗୁଡ଼ିକ ଅନୁମତି ଦେବାକୁ ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅନୁରୋଧ କରିଛନ୍ତି। ଏଭଳି ଟ୍ରେନ୍‌ ଚଳାଚଳ ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଶନିବାର ପତ୍ର ଲେଖିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନର୍ଦ୍ଦେଶ କ୍ରମେ ଶ୍ରମିକମାନଙ୍କୁ ଫେରାଇନେବା ଲାଗି ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri