ଶ୍ରମିକଙ୍କ ହକ୍‌ ପାଇଁ କାମ କରୁଛି, କରିଚାଲିବି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସ୍ବାଧୀନତା ସଂଗ୍ରାମୀ ପଡ଼ିଆରେ ସୋମବାର ଶ୍ରମିକ ଏସ୍‌ଆଇ ବିଭାଗ ପକ୍ଷରୁ ଆୟୋଜିତ ଶ୍ରମିକ ସପ୍ତାହ ପାଳନ ଉଦ୍‌ଘାଟିତ ହୋଇଯାଇଛି। ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକମାନଙ୍କ ହକ୍‌ ପାଇଁ ମୁଁ କାମ କରୁଛି, କରିଚାଲିବି ବୋଲି କହିଛନ୍ତି। ଏହାସହ ସେ କହିଛନ୍ତି , ଶ୍ରମିକମାନେ ହେଉଛନ୍ତି ଦେଶର ପ୍ରକୃତ ନିର୍ମାତା। ଦେଶ ପାଇଁ ସେମାନଙ୍କ ତ୍ୟାଗ ଅତୁଳନୀୟ ,ସେମାନଙ୍କ ସାମାଜିକ ସୁରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ପ୍ରାୟ ୩୦ ଲକ୍ଷ ଶ୍ରମିକ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ଲାଗି ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସହାୟତା ଦିଆଯାଇଛି। ଏହା ସହ ୨୨ ହଜାର ଶ୍ରମିକଙ୍କୁ ପକ୍କାଘର ଯୋଗାଇ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ ହିତାଧିକାରୀଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ସହାୟତା ରାଶି ପ୍ରଦାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂହ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସୁବାସ ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri